ପୂର୍ବତଟ ରେଳପଥ ପକ୍ଷରୁ ସଦଭାବନା ଦିବସ ପାଳିତ

ଡେସ୍କ: ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ସଦନ ଏବଂ ସମସ୍ତ ରେଳମଣ୍ଡଳରେ ସଦଭାବନା ଦିବସ ପାଳନ କରାଯାଇଛି। ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନେ ଜାତି, ଧର୍ମ, କ୍ଷେତ୍ର, ଭାଷାଗତ ବିଭିନ୍ନତା ବିନା ଭାରତ ବର୍ଷର ସମସ୍ତ ଜନସାଧାରଣଙ୍କର ଭାବନାତ୍ମକ ଏକତା ଓ ସଦଭାବନା ପାଇଁ କାର୍ଯ୍ୟକରିବା ସହ ହିଂସା ବିନା ବାର୍ତ୍ତାଳାପ ଓ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମସ୍ତ ମତଭେଦକୁ ଦୁରେଇ କାର୍ଯ୍ୟ ସମ୍ପାଦନ କରିବାକୁ ଶପଥ ନେଇଥିଲେ।

Comments are closed.