www.samajalive.in
Tuesday, December 9, 2025
17.1 C
Bhubaneswar

ରେଙ୍ଗାଲିରେ ସଦ୍‍ଭାବନା ଦିବସ

ରେଙ୍ଗାଲି : ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀକୁ ରେଙ୍ଗାଲି ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ସଦ୍‍ଭାବନା ଦିବସ ରୂପେ ପାଳନ କରାଯାଇଥିଲା। ପରିଷଦର ସଭାପତି ବସନ୍ତ କୁମାର ନାଏକଙ୍କ ସଭାପତିତ୍ୱ ଏବଂ ସମ୍ପାଦକ ଅନ୍ତର୍ଯ୍ୟାମୀ ପାଣିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ରାଜୀବ ଗାନ୍ଧୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ଏବଂ ପୂଜାଅର୍ଚ୍ଚନା କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରଯାଇଥିଲା। ପରିଷଦର ଉପ-ସଭାପତି ପୂର୍ବତନ ବିଧାୟକ ଦୁର୍ଯୋଧନ ଗର୍ଡିଆ, ଶଶିଭୂଷଣ ସାହୁ, ବିହାରୀ କୁମୁରା, ଜୟଦ୍ରଥ ବିଶ୍ୱାଲ, କୃଷ୍ଣଚନ୍ଦ୍ର ପଣ୍ଡା, ବୈଦ୍ୟନାଥ ମିଶ୍ର ପ୍ରମୁଖ ଏଥିରେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ଥିବା ସମୟରେ ହୋଇଥିବା ବିଭିନ୍ନ ଜନମଙ୍ଗଳ କାର୍ଯ୍ୟ ଉପରେ ଆଲୋକପାତ କରିଥିଲେ। ଶେଷରେ ପରିଷଦର ସହ-ସମ୍ପାଦକ ସୁବନଚାନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories