www.samajalive.in
Sunday, December 7, 2025
18.1 C
Bhubaneswar

ଅମ୍ପାନ ମୁକାବିଲା: ସମସ୍ତ ସହଯୋଗ ଯୋଗାଇ ଦେବାକୁ ନବୀନଙ୍କୁ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ପ୍ରତିଶ୍ରୁତି

ଭୁବନେଶ୍ଵର: ସାମୁଦ୍ରିକ ଘୂର୍ଣିଝଡ଼ ‘ଅମ୍ପାନ’ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ରାଜ୍ୟର ପ୍ରସ୍ତୁତି ସମ୍ପର୍କରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଛି । ଅମ୍ପନ ମୁକାବିଲା ନିମନ୍ତେ ରାଜ୍ୟ ସରକାର ଗ୍ରହଣ କରିଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହାଙ୍କୁ ଅବଗତ କରାଇଛନ୍ତି । ଏହି ଅବସରରେ ‘ଅମ୍ପାନ’ ମୁକାବିଲା ନିମନ୍ତେ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ଶ୍ରୀ ଶାହା ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ।

- Advertisement -

ଗତ ୪ ଦିନ ଧରି ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି । ମୁଖ୍ୟତଃ ଉତ୍ତର ଓଡ଼ିଶାର ୪ ଜିଲ୍ଲା ପ୍ରଭାବିତ ହେବା ଆଶଙ୍କା କରାଯାଉଥିଲେ ହେଁ ମୋଟ ୧୨ ଟି ଜିଲ୍ଲାକୁ ସତର୍କ କରାଇଦିଆଯାଇଛି । ତେବେ ଅମ୍ଫାନ ମୁକାବିଲା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । କେନ୍ଦ୍ର କ୍ୟାବିନେଟ୍ ସେକ୍ରେଟେରୀ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ପ୍ରଭାବିତ ଆଶଙ୍କା ରାଜ୍ୟ ସଚିବଙ୍କ କଥା ହୋଇଛନ୍ତି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories