www.samajalive.in
Friday, December 5, 2025
27.1 C
Bhubaneswar

ଆଜି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଆଜି ଓଡ଼ିଶା ଗସ୍ତରେ ଆସିବେ। ସେ ସକାଳେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ହେଲିକପ୍ଟର ଯୋଗେ ଦୁର୍ଗାପାଲି ପଡ଼ିଆରେ ଓହ୍ଲାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି। ପରେ ସେ ଜେଲ ଛକସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଶ୍ରୀ ଶାହା ସିଟି ଷ୍ଟେସନ୍‍ ସ୍ଥିତ ଜୟଗୁରୁ ମନ୍ଦିର ପାଖ ପଡ଼ିଆରେ କାର୍ୟ୍ୟକର୍ତ୍ତା ସମାବେଶରେ ଉଦବୋଧନ ଦେବେ। ସେ ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ଲୋକସଭା ନିର୍ବାଚନମଣ୍ଡଳୀର ବୁଥ୍‍ ସ୍ତରୀୟ କାର୍ୟ୍ୟକର୍ତ୍ତାମାନଙ୍କ ସହ ସାଙ୍ଗଠନିକ ସ୍ଥିତି ଏବଂ ଆଗାମୀ ନିର୍ବାଚନ ରଣନୀତି ସଂପର୍କରେ ଆଲୋଚନା କରିବେ । ପରେ ସେ ଅପରାହ୍ଣରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ରାଜ୍ୟ ମୁଖପାତ୍ର ଗୋଲଖ ମହାପାତ୍ର କହିଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories