www.samajalive.in
Sunday, December 14, 2025
19.1 C
Bhubaneswar

ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ

ଭୁବନେଶ୍ବର: ଆଜି ରାଜ୍ୟସ୍ତରୀୟ ଶହୀଦ ଲକ୍ଷ୍ମଣ ନାଏକଙ୍କ ଜୟନ୍ତୀ ପାଳନ କରାଯାଉଛି । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଉପସ୍ଥିତିରେ ଆଦିବାସୀ ପ୍ରଦର୍ଶନୀ ପଡ଼ିଆ ଏବଂ କଳିଙ୍ଗ ହସ୍ପିଟାଲ ଛକ ନିକଟରେ ଥିବା ଶହୀଦ ଲକ୍ଷ୍ମଣ ନାଏକଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଛି ।

ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ବୈଷୟିକ ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଉପ-ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସମେତ ଶବରୀ ସାଂସ୍କୃତିକ ସଂସଦର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories