www.samajalive.in
Saturday, December 6, 2025
19.1 C
Bhubaneswar

ଆଜିଠୁ ଶକ୍ତିପୀଠରେ ନବରାତ୍ର ପୂଜା : ଶୈଳପୁତ୍ରୀ ବେଶରେ ଦର୍ଶନ ଦେବେ ମା

ସମାଜ ଡିଜିଟାଲ ଡେସ୍କ: ଆଜିଠୁ ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ନବ ଦିନାତ୍ମକ ପୂଜା ବା ନବରାତ୍ର ପୂଜା ଆରମ୍ଭ ହୋଇଛି । କଟକର ମା କଟକ ଚଣ୍ଡି ଓ ଗଡଚଣ୍ଡୀଙ୍କ ପୀଠରେ ରୀତିନୀତି ଅନୁସାରେ ନବରାତ୍ର ପୂଜା ଆରମ୍ଭ ହୋଇଛି । ନବ ଦିନାତ୍ମକ ପୂଜାରେ ପ୍ରଥମ ଦିନରେ ଶ୍ରଦ୍ଧାଳୁଙ୍କୁ ଶୈଳପୁତ୍ରୀ ବେଶରେ ଦର୍ଶନ ଦେବେ ମା । ଏଥିପାଇଁ ବିଭିନ୍ନ ଶକ୍ତିପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ସମଲେଶ୍ୱରୀ ମନ୍ଦିରରେ ମା ସମଲେଶ୍ୱରୀ ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ସେହିପରି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ ହୋଇଛି । ଏଠାରେ ରଥଯାତ୍ରା ମଧ୍ୟ ଅନୁଷ୍ଠିତ ହୋଇଥାଏ ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories