www.samajalive.in
Saturday, December 6, 2025
14.1 C
Bhubaneswar

କଂଗ୍ରେସରୁ ଇସ୍ତଫା ଦେଲେ ସଜ୍ଜନ କୁମାର

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ସଜ୍ଜନ କୁମାର ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତଫାପତ୍ର ଦଳର ଅଧ୍ୟକ୍ଷ ରାହୁଳ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି । ସଜ୍ଜନ କୁମାର ଇସ୍ତଫା ପତ୍ରରେ ଦର୍ଶାଇଛନ୍ତି ଯେ, ‘ଉଚ୍ଚ ନ୍ୟାୟାଳୟ ଦେଇଥିବା ଆଦେଶକୁ ସମ୍ମାନ ଜଣାଇ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ତତ୍କାଳ ଇସ୍ତଫା ଦେଉଛି ’। ଇସ୍ତଫାପତ୍ରକୁ ତୁରନ୍ତ ଗ୍ରହଣ କରିବାକୁ ସଜ୍ଜନ କୁମାର ରାହୁଳ ଗାନ୍ଧୀଙ୍କୁ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ, ସୋମବାର ଦିଲ୍ଲୀ ହାଇକୋର୍ଟ ସଜ୍ଜନ କୁମାରଙ୍କୁ ୧୯୪୮ରେ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ତେବେ ଦଣ୍ଡ ଘୋଷଣା ପରେ ସଜ୍ଜନ କୁମାର ଗଣମାଧ୍ୟମର କୌଣସି ପ୍ରଶ୍ନର ଉତ୍ତର ନଦେଇ ଚୁପ୍ ରହିଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories