www.samajalive.in
Saturday, December 13, 2025
17.1 C
Bhubaneswar

ବିଳମ୍ବରେ ହେଲା ଭୋଟ ଗ୍ରହଣ, ଅଧ୍ୟକ୍ଷ ଭାବେ ବିଜୟୀ ହେଲେ ସୁନୀଲ କୁମାର ପଣ୍ଡା

ସାକ୍ଷୀଗୋପାଳ: ସତ୍ୟବାଦୀ ପଞ୍ଚାୟତ ସମିତି ସଭାଗୃହରେ ଆଜି ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ବିଜୁ ଜନତା ଦଳ ତରଫରୁ ସୁନୀଲ କୁମାର ପଣ୍ଡା ଓ ଭାରତୀୟ ଜନତା ପାର୍ଟି ତରଫରୁ ଦୀପକ କୁମାର ଶତପଥି ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଜଣେ ସଦସ୍ୟ ଅନୁପସ୍ଥିତ ଥିବାରୁ ଭୋଟ ଗ୍ରହଣ ବିଳମ୍ବିତ ହୋଇଥିଲା। ଅପରାହ୍ଣ ୪ଟା ସମୟରେ ଭୋଟ ଗ୍ରହଣ ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ସୁନୀଲ କୁମାର ପଣ୍ଡା ୧୪ଟି ଭୋଟ ପାଇଥିଲେ।

 

- Advertisement -

ବିଜେପି ପ୍ରାର୍ଥୀ ଦୀପକ କୁମାର ଶତପଥି ୯ ଗୋଟି ଭୋଟ ପାଇଥିଲେ। ୫ଟି ଅଧିକ ଭୋଟ ବ୍ୟବଧାନରେ ସୁନୀଲ କୁମାର ପଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ନିର୍ବାଚନ ଅଧିକାରୀ ତଥା ସତ୍ୟବାଦୀ ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା ବିଜେଡି ପ୍ରାର୍ଥୀ ସୁନୀଲ କୁମାର ପଣ୍ଡାଙ୍କୁ ବିଜୟୀ ଘୋଷଣା କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories