www.samajalive.in
Wednesday, December 10, 2025
16.1 C
Bhubaneswar

ଭାର୍ଗବୀ ନଦୀ କୂଳରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ସାକ୍ଷୀଗୋପାଳ: ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଚିଲ ପାଟଣା ଗ୍ରାମ ନିକଟରେ ଭାର୍ଗବୀ ନଦୀ କୂଳରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ମହିଳାଙ୍କ ମୃତଦେହ ଅଖାରେ ବନ୍ଧା ହୋଇ ଭାର୍ଗବୀ ନଦୀ କୂଳରେ ପଡ଼ି ରହିଥିଲା। ମୃତା ମହିଳାଙ୍କ ପରିଚୟ ମିଳି ନଥିବା ବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।

ଆଜି ନଦୀ କୂଳ ନିକଟ ଗ୍ରାମର ଜଣେ ବ୍ୟକ୍ତି ଶୌଚ ହେବାକୁ ଯାଇଥିବାବେଳେ ଅଖାରେ ବନ୍ଧା ହୋଇ ପଡ଼ିରହିଥିବା ମହିଳାଙ୍କ ମୃତଦେହ ଦେଖି ଭୟଭୀତ ହୋଇ ଡାକ ପକାଇଥିଲେ।

- Advertisement -

ତାଙ୍କର ଡାକ ଶୁଣି ସ୍ଥାନୀୟ ଅଞ୍ଚଳର ଲୋକେ ସେଠାରେ ପହଞ୍ଚିଥିଲେ ଏବଂ ସତ୍ୟବାଦୀ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସତ୍ୟବାଦୀ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମହିଳାଙ୍କ ମୃତହେକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପୁରୀ ପଠାଇଥିଲେ। ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରି ପୁଲିସ ତଦନ୍ତ ଜାରି ରଖିଥିବା ସୂଚନା ଦେଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories