ରାଧାପାଦ ଦର୍ଶନ ଅନୁମତି, ଛୁଇଁବା ମନା

ଭୁବନେଶ୍ବର: ଜିଲା ପ୍ରଶାସନ ପକ୍ଷରୁ ସାକ୍ଷୀଗୋପାଳ ମନ୍ଦିରରେ ଅଁଳା ନବମୀରେ ଶ୍ରଦ୍ଧାଳୁଙ୍କୁ ରାଧାପାଦ ଦର୍ଶନ ପାଇଁ ଅନୁମତି ଦିଆଯାଇଛି। ମାତ୍ର ରାଧାପାଦ ସ୍ପର୍ଶ ନେଇ ଶ୍ରଦ୍ଧାଳୁଙ୍କୁ ଅନୁମତି ଦିଆଯାଇନାହିଁ ବୋଲି ପୁରୀ ଏସପି ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ୨୦ ପ୍ଲାଟୁନ ଫୋର୍ସ ଏବଂ ୫୦ ଅଫସରଙ୍କୁ ମୁତୟନ କରାଯାଇଛି।
ଭକ୍ତଙ୍କୁ ରାଧା ପାଦ ଛୁଇଁବା ମନା । କଟକଣା ଲଗାଇଲା ପୁରୀ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁମାନେ ରାଧା ପାଦ ଛୁଇଁବାକୁ ମନା କରାଯାଇଛି ବୋଲି ଉପଜିଲାପାଳ ଭବତରଣ ସାହୁ ସୂଚନା ଦେଇଛନ୍ତି। ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁମାନେ ରାଧାଙ୍କ ଦର୍ଶନ କରିପାରିବେ ହେଲେ, ପାଦ ଛୁଇଁ ପାରିବେ ନାହିଁ।

prayash

ଏଥିପାଇଁ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି ବୋଲି ସେ କହିଛନ୍ତି। ଆସନ୍ତାକାଲି ସାକ୍ଷୀଗୋପାଳ ମନ୍ଦିରରେ ଅଁଳା ନବମୀ ପାରମ୍ପରିକ ରୀତିନୀତିରେ ଅନୁଷ୍ଠିତ ହେବ। ଶ୍ରଦ୍ଧାଳୁଙ୍କୁ ଓଡ଼ିଆଣୀରେ ବେଶରେ ଦର୍ଶନ ଦେବେ ମା’ ରାଧା । ଏହି ଦିବ୍ୟ ଦର୍ଶନ ଦେଖିବା ପାଇଁ ୨ଲକ୍ଷରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ଆଶ କରାଯାଉଛି। ତେଣୁ ସୁରକ୍ଷା ବ୍ୟବସ୍ଥାକୁ ଜିଲା ପ୍ରଶାସନ ପକ୍ଷରୁ କଡ଼ାକଡ଼ି କରାଯାଇଛି। ୩ ଜଣ ଆଡସିନାଲ ଏସପି, ୮ଜଣ ଡିଏସପି, ୭୪ ଜଣ ଏସଆଇ, ୧୦୦ଜଣ ହାବିଲଦାର ଓ କନେଷ୍ଟବଳ, ୨୦୦ଜଣ ଗୃହରକ୍ଷୀ ସମେତ ୨୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ଅପରପକ୍ଷରେ ଆସନ୍ତାକାଲିର ସ୍ଥିତି ଉପରେ ପୁରୀ ଏସପି ସ୍ବତନ୍ତ୍ର ନଜର ରଖିବେ ବୋଲି ଜଣାପଡ଼ିଛି।

kalyan agarbati

Comments are closed.