www.samajalive.in
Monday, December 15, 2025
24.1 C
Bhubaneswar

ମୁକ୍ତିଲାଭ କଲା ‘ଶଳା ବୁଢାର ବଦଲା’

ଭୁବନେଶ୍ବର: ଓଡିଶାର ତିରିଶି ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ବରିଷ୍ଠ ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର “ଶଳା ବୁଢାର ବଦଲା” l ଭୁବନେଶ୍ୱରସ୍ଥିତ ସ୍ଵାତୀ ସିନେମା ହଲ୍ ରେ ଏହାର ପ୍ରିମିଅର ଶୋ’ ହୋଇଥିଲା l ଏହି ପ୍ରିମିଅର ଶୋ’ ରେ ବହୁ କଳାକାର, ଓଡ଼ିଆ ସିନେ ପ୍ରେମୀ ଙ୍କ ସମେତ ସିନେମା ଜଗତର ଖ୍ୟାତନାମା ପ୍ରଯୋଜକ ଅକ୍ଷୟ ପରିଜା, ସୁଶାନ୍ତ ମିଶ୍ର,ସଚିକାନ୍ତ ଜେନା, ଵିନି ପଟ୍ଟନାୟକ,ଗଦାଧର ପୁଟ୍ଟି,ଶ୍ରୀଧର ମାର୍ଥା,ଜିତେଶ ପରିଡା,ସନଲିସା ପଟେଲ୍, ଦିଲ୍ଲୀପ ଶ୍ରୀଚନ୍ଦନ,ଅତିସ ରାଉତ, ଅଭିନେତା ପାର୍ଥ,ସ୍ବରାଜ,ଅଭିନେତ୍ରୀ ଅନନ୍ୟା,ବୈଶାଳୀ,ସସ୍ମିତା ପ୍ରମୁଖ ଯୋଗଦେଇ ସମ୍ପୂର୍ଣ୍ଣ ସିନେମା ଟି ଦେଖି ଉଚ୍ଚ ପ୍ରଶଂସା କରିଥିଲେ।

ଗର୍ବର କଥା ଯେ, ଏକ ଲମ୍ବା ସମୟ ଅବଧି ମଧ୍ୟରେ ଦେଶରେ ଦ୍ୱିତୀୟ ଟ୍ରାଇଲୋଜି ସିନେମା ଆମ ଓଡିଶାରେ ତିଆରି ହୋଇଛି ଓ ତାହା ହେଉଛି ଏକ ନିଆରା ଓ ହୃହୟସ୍ପର୍ଶୀ ସିନେମା ‘ଶଳା ବୁଢାର ବଦଲା’ | ବହୁ ପୁରସ୍କାର ବିଜେତା ଓ ଲୁପ୍ତପ୍ରାୟ ସଂସ୍କୃତି ଓ ଲୋକସଂସ୍କୃତି କୁ ନେଇ ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା ସବ୍ୟସାଚୀ ମହାପାତ୍ରଙ୍କ ନିର୍ମିତ ‘ଆଦିମ ବିଚାର’ ଓ ‘ଶଲା ବୁଢା’ ପରେ ଏହି ସିନେମା ହେଉଛି ଟ୍ରାଇଲୋଜିର ତୃତୀୟ ଅଧ୍ୟାୟ | ପ୍ରଥମ ଥର ପାଇଁ ପିତା ଓ ପୁତ୍ର ଅର୍ଥାତ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ଓ ପ୍ରଯୋଜକ କୁମାର ସି. ଦେବ ମହାପାତ୍ର ଏକା ଥରକେ ଏହି ଫିଲ୍ମ ପାଇଁ ଜାତୀୟ ପୁରସ୍କାର ପାଇଥିଲେ | ସବୁଠାରୁ ବଡ଼ କଥା, ଏହି ଟ୍ରାଇଲୋଜିର ସଙ୍ଗୀତ ଜାତୀୟ ପୁରସ୍କାର ପାଇଥିଲା | ଏହାର ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପଙ୍କଜ ଜାଲ୍।

- Advertisement -

ପ୍ରଥମରୁ ଜବରଦସ୍ତ ରେସପନ୍ସ ପାଇଥିବା ‘ଶଳା ବୁଢାର ବଦଲା’ ଦୁବାଇ ଏକ୍ସପୋ ୨୦୨୦ ରେ ୱାର୍ଲ୍ଡ ପ୍ରିମିୟର ହୋଇଥିଲା । ଉପସ୍ଥିତ ସିନେ ସମୀକ୍ଷକ ଙ୍କ କହିବା ଅନୁସାରେ ‘ଶଳା ବୁଢାର ବଦଲା’ ହେଉଛି ଏକ ଜଟିଳ ମାନବ ଭାବନା ଏବଂ ସମ୍ପର୍କର ଚିତ୍ର, ଯେଉଁଥିରେ ଅଛି ଭରପୁର କମେଡି ଓ ସୁସପେନ୍ସ l ଚଳଚ୍ଚିତ୍ର ଟି ଏକ ସରଳ ମାନବ ହୃଦୟର ମୂଲ୍ୟବୋଧକୁ ଆଲୋକିତ କରିଛି ଯେତେବେଳେ ଏକ ସମାଜ ମଧ୍ୟରେ ବିଶୃଙ୍ଖଳା, ଦ୍ୱନ୍ଦ୍ୱ ଏବଂ କ୍ରୋଧ ମଧ୍ୟରେ ମଧ୍ୟ ଏକ ସମ୍ପର୍କ ଗଢି ଉଠିଛି l ଲୁପ୍ତପ୍ରାୟ ସଂସ୍କୃତି ଓ ଲୋକ ସଂସ୍କୃତିକୁ ନେଇ ଏହି ଚଳଚ୍ଚିତ୍ର ରେ ପଶ୍ଚିମ ଓଡିଶାର ଜନଜୀବନକୁ ଚଳଚ୍ଚିତ୍ରରେ ପ୍ରଦର୍ଶିତ କରାଯାଇଥିବା ବେଳେ ସଙ୍ଗୀତ ଗୁଡିକ ବି ବେଶ୍ ହୃଦୟସ୍ପର୍ଶୀ ହୋଇଛି । ସ୍ବର୍ଗତଃ ଅଟଳ ବିହାରୀ ପଣ୍ଡା, ଚନ୍ଦନା ସିଂହ, ଲୋଚନି ବାଗ, ବିନ୍ଦୁ, ବୈରାଗୀ,ନେତ୍ରାନନ୍ଦ,ଜିତ୍,ମଣ୍ଟୁ ମହାପାତ୍ର ପ୍ରମୁଖ ଅଭିନୟ କରିଛନ୍ତି ।

ଚଳଚ୍ଚିତ୍ର ର ସଙ୍ଗୀତ ବିତରଣ ଦାୟିତ୍ବ ଆମରା ମ୍ୟୁଜିକ ନେଇଥିବା ବେଳେ କେବଳ ଆମରା ମ୍ୟୁଜିକ ୟୁଟୁବ୍ ଚ୍ୟାନେଲ୍ ରେ ଗୀତଗୁଡିକ ଦର୍ଶକମାନେ ଦେଖି ପାରିବେ ବୋଲି ଚଳଚ୍ଚିତ୍ରର କ୍ରିଏଟିଭ୍ ହେଡ୍ ଓ ମିଡିଆ ପ୍ଲାନର ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories