ବଢିଲା ମେୟର ଓ ଡେପୁଟି ମେୟରଙ୍କ ଦରମା
ଭୁବନେଶ୍ବର: ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର। ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୌର ପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି କରାଯାଇଛି। ଏଣିକି ପୌର ପରିଷଦ ଉପାଧ୍ୟକ୍ଷମାନେ ୧୦ ହଜାର ଟଙ୍କା ପାଇବେ। ଏନଏସି ଅଧ୍ୟକ୍ଷଙ୍କ ଦରମା ୧୦ ହଜାର, ଉପାଧ୍ୟକ୍ଷ ପାଇବେ ୭,୫୦୦ ଟଙ୍କା । ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି। ମହାନଗର ନିଗମ କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦରେ ୭,୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏତଦ୍ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡି କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବା ନେଇ ସୂଚନା ରହିଛି।
Comments are closed.