www.samajalive.in
Sunday, December 7, 2025
16.1 C
Bhubaneswar

ବସ୍‌‌-ଟ୍ରକ ମୁହାଁମୁହିଁ ଧକ୍କା ; ୨ ମୃତ, ୪୦ ଆହତ

ସାଲେପୁର : ବସ୍‌‌-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୨ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ମଙ୍ଗଳବାର ସକାଳେ ନିଶ୍ଚିନ୍ତକୋଇଲି କଟରପଡା ଛକ ନିକଟରେ ଘଟିଛି। କେନ୍ଦ୍ରାପଡାରୁ କଟକ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେବା ସହ ଘଟଣାର ତଦନ୍ତ ଜାରି ରହିଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତକ ରାଜକନିକା ଓ ଆଳି ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବର୍ତ୍ତମାନ ମଧ୍ୟ ଟ୍ରକ ଓ ବସ୍‌‌ ଚାଳକ ଚାପି ହୋଇ ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାକୁ ପ୍ରୟାସ ଜାରି ରହିଛି। ବସ୍‌‌ରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ। କୁହୁଡି କାରଣରୁ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories