www.samajalive.in
Saturday, December 6, 2025
16.1 C
Bhubaneswar

ନିଶ୍ଚିନ୍ତକୋଇଲିରେ ବସ୍‌‌-ଟ୍ରକ ମୁହାଁମୁହିଁ ଧକ୍କାରେ ମୃତ୍ୟୁ ସଂଖ୍ୟା ୩

ସାଲେପୁର : ବସ୍‌‌-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ୩ ଜଣଙ୍କ ମଧ୍ୟରେ ଟ୍ରକ ଚାଳକ ରହିଛନ୍ତି। ଟ୍ରକ ଚାଳକ ଜଣଙ୍କ ରାଜସ୍ଥାନର ବୋଲି ଜଣାପଡିଛି। ପୂର୍ବରୁ ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା।
ସୂଚନା ଯୋଗ୍ୟ, ଏହି ମର୍ମନ୍ତୁଦ ଦୁର୍ଘଟଣା ମଙ୍ଗଳବାର ସକାଳେ ନିଶ୍ଚିନ୍ତକୋଇଲି କଟରପଡା ଛକ ନିକଟରେ ଘଟିଛି। କେନ୍ଦ୍ରାପଡାରୁ କଟକ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତଙ୍କୁ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନେବା ସହ ଘଟଣାର ତଦନ୍ତ ଜାରି ରହିଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତକ ରାଜକନିକା ଓ ଆଳି ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବସ୍‌‌ରେ ପ୍ରାୟ ୬୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ। କୁହୁଡି କାରଣରୁ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories