www.samajalive.in
Monday, December 8, 2025
27.1 C
Bhubaneswar

ସାଲିଆ ସାହିରେ ଜବରଦଖଲ ଉଚ୍ଛେଦ: ବିରୋଧ କଲେ ବସ୍ତିବାସିନ୍ଦା

ଭୁବନେଶ୍ୱର: ରାଜଧାନୀ ଉପଖଣ୍ଡ ସାଲିଆ ସାହିରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି । ବିଏମସି ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଉଥିବା ବେଳେ ଜୋରଦାର ବିରୋଧ କରିଛନ୍ତି ବସ୍ତିବାସିନ୍ଦା । ସେମାନଙ୍କ କହିବା କଥା ସରକାର ଥଇଥାନ ନକରି ଆମକୁ ଘରୁ ବାହାର କରିଦେବା କେତେ ଦୂର ଠିକ୍‌ । କୋର୍ଟରେ ମାମଲା ଚାଲିଥିବା ବେଳେ ଉଚ୍ଛେଦ କାହିଁକି କରାଯାଉଛି ତାହାକୁ ନେଇ ବସ୍ତିବାସିନ୍ଦା ପ୍ରଶ୍ନ ଉଠାଇଛନ୍ତି ।

ଆଜି ଉଚ୍ଛେଦ ବେଳେ ଧାରଣାରେ ବସିଛନ୍ତି ବସ୍ତିବାସିନ୍ଦା । ସରକାର ଆମକୁ ଘର ଓ ଥଇଥାନ କରିବାକୁ ଦାବି କରି ସାଲିଆ ସାହିର ମହିଳାମାନେ ଧାରଣାରେ ବସିଛନ୍ତି । ପୁଲିସ ଓ ବିଏମସି କର୍ମଚାରୀ ସେମାନଙ୍କୁ ବୁଝାଇବାକୁ ପ୍ରୟାସ କରୁଥିବା ବେଳେ ବସ୍ତିରେ ବୁଲିଛି ବୁଲଡୋଜର । ପୁଲିସ ଓ ବସ୍ତିବାସିନ୍ଦାଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥ୍‌ିତି ସୃଷ୍ଟି ହୋଇଛି । ଆଜିଠୁ ୨୪ତାରିଖ ପର୍ଯ୍ୟନ୍ତ ଏଠାରେ ଉଚ୍ଛେଦ କରାଯିବ । ୫୧୭ ଘରକୁ ଉଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories