www.samajalive.in
Saturday, December 13, 2025
26.1 C
Bhubaneswar

ଭୁବନେଶ୍ୱରର ବସ୍ତି ବାସିନ୍ଦାଙ୍କୁ ସ୍ଥାୟୀ ଜମି ପଟ୍ଟା ଓ ଘର ଯୋଗାଇବା ପାଇଁ ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କ ସହ କଥା ହେବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ସାଲିଆ ସାହି ବସ୍ତିର କିଛି ବସ୍ତିବାସିନ୍ଦା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଙ୍ଗଳବାର ଭୁବନେଶ୍ୱର ସ୍ଥିତ ବାସଭବନରେ ଭେଟି ସ୍ଥାୟୀ ଜମି ପଟ୍ଟା ଓ ପକ୍କା ଘର ପ୍ରଦାନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ଭୁବନେଶ୍ୱରରେ ରହୁଥିବା ବସ୍ତି ବାସିନ୍ଦାଙ୍କ ସମସ୍ୟା ନେଇ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଡାଭଡ଼େକର ଏବଂ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ସହ ଆଲୋଚନା କରାଯିବ। ସହରର ବସ୍ତି ବାସିନ୍ଦାଙ୍କୁ ଜମି ପଟ୍ଟା ଓ ଘର ଯୋଗାଇବା ସମସ୍ୟାର ସ୍ଥାୟୀ ସମାଧାନ ତଥା ଏ ନେଇ କିପରି ଭାବରେ ଏକ ବିଶେଷ ପ୍ରକଳ୍ପର ଯୋଜନା ହୋଇପାରିବ ସେ ନେଇ ଚେଷ୍ଟା କରାଯିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।
ଶ୍ରୀ ପ୍ରଧାନ ରାଜଧାନୀ ପ୍ରତିଷ୍ଠା ଦିବସରରେ ସବୁ ରାଜଧାନୀବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଏ ସମ୍ପର୍କରେ ଟ୍ୱିଟ୍ କରି କହିଛନ୍ତି ଯେ “ରାଜ୍ୟର ରାଜଧାନୀର ଯେଉଁ ଅଞ୍ଚଳରେ ମୁଁ ରହିଛି, ସେହି ଅଂଚଳର ପ୍ରମୁଖ ବସ୍ତି ସାଲିଆ ସାହିର ଅନେକ ଲୋକ ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୋତେ ସାକ୍ଷାତ୍ କଲେ। ଏହି ସାକ୍ଷାତ୍ ସମୟରେ ସେମାନଙ୍କର ଦୀର୍ଘ ଦିନର ଦାବୀ ସେମାନଙ୍କୁ ସେହି ସ୍ଥାନର ସ୍ଥାୟୀ ପଟ୍ଟା, ପକ୍କା ଘର ପ୍ରଦାନ ପ୍ରସଙ୍ଗ ଉଠାଇଲେ।

 

- Advertisement -

ସାଲିଆ ସାହିରେ ରହୁଥିବା ବସ୍ତି ବାସିନ୍ଦାମାନେ ଓଡ଼ିଶାର ନୂଆ ରାଜଧାନୀକୁ ସେମାନଙ୍କ ପରିଶ୍ରମର ଝାଳରେ ତିଆରି କରିଛନ୍ତି। ଆମେ ଭଲ ଘରେ ଓ ଭଲରେ ରହୁଛୁ,ଏଥିରେ ସେମାନଙ୍କର ବଡ଼ ଯୋଗଦାନ ରହିଛି। ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ସାଲିଆ ସାହି ସମେତ ରାଜଧାନୀରେ ଦୀର୍ଘ ଦିନରୁ ବସବାସ କରୁଥିବା ଲୋକଙ୍କୁ ସେମାନଙ୍କ ବାସସ୍ଥାନ ପାଇଁ ସ୍ଥାୟୀ ଜମି ପଟ୍ଟା ଓ ଘର ଯୋଗାଇ ଦେବା ଆମ ସମସ୍ତଙ୍କର ଦାୟିତ୍ୱ ଓ କର୍ତବ୍ୟ ହେବା ଦରକାର।
ଏ ସମ୍ପର୍କରେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଡାଭଡ଼େକର ଏବଂ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ସହ କଥା ହେବି। ଏହି ସମସ୍ୟାର ସ୍ଥାୟୀ ସମାଧାନ ତଥା କିପରି ଭାବରେ ଏକ ବିଶେଷ ପ୍ରକଳ୍ପର ଯୋଜନା ହୋଇପାରିବ ତା’ ପାଇଁ ଚେଷ୍ଟା କରିବି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories