www.samajalive.in
Thursday, December 11, 2025
26.1 C
Bhubaneswar

ପରଲୋକରେ ହାସ୍ୟ ଅଭିନେତା ସଲିଲ୍‌ ମିତ୍ର

ଭୁବନେଶ୍ବର : ଓଡିଆ ଚଳଚ୍ଚିତ୍ର ଜଗତର ଖ୍ୟାତନାମା ହାସ୍ୟ ଅଭିନେତା ସଲିଲ ମିତ୍ରଙ୍କ ସୋମବାର ବିଳମ୍ବିତ ରାତିରେ କିମ୍ସ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମେ ୧୨ ରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗୁରୁତର ହୋଇ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଦୀର୍ଘ ୨୨ ଦିନ ସଂଘର୍ଷ କରିବା ପରେ ସେ ଜୀବନ ଯୁଦ୍ଧ ହାରି ଯାଇଛନ୍ତି।

ସଲିଲ ମିତ୍ର ୧୯୯୯ ମସିହାରେ ‘ପୁଅ ଭାଙ୍ଗି ଦେଲା ସୁନା ସଂସାର’ ଚଳଚ୍ଚିତ୍ରରୁ ନିଜ ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏତଦ୍ ବ୍ୟତୀତ ସେ ଅନେକ ଗୁଡିଏ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କ ଅଭିନୀତ ଚଳଚ୍ଚିତ୍ର ହେଉଛି ଅର୍ଜୁନ (୨୦୦୫), ଶୁଭ ବିବାହ (୨୦୧୦), ହିରୋ ପ୍ରେମ କଥା (୨୦୧୧), ବାଳୁଙ୍ଗା ଟୋକା (୨୦୧୧), କେବେ ତୁମେ ନାହଁ କେବେ ମୁଁ ନାହିଁ (୨୦୧୨), ତୁ ମୋ ଆରମ୍ଭ ତୁ ମୋ ଶେଷ (୨୦୧୨), ଗଞ୍ଜା ଲଢେଇ (୨୦୧୪), ଗପ ହେଲେ ବି ସତ (୨୦୧୫), ଏବଂ ସିଷ୍ଟର ଶ୍ରୀଦେବୀ (୨୦୧୭)।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories