www.samajalive.in
Tuesday, December 9, 2025
26.1 C
Bhubaneswar

କଟକ ଆସିବେ ବୋଲି ଟୁଇଟ କରି ଜଣାଇଲେ ସଲମନ

କଟକ : ବିଶ୍ୱକପ ହକିକୁ ନେଇ ସମଗ୍ର ଓଡ଼ିଶା ଉତ୍ସବମୁଖର । କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପ ହକି ମଙ୍ଗଳବାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଆୟୋଜିତ ହୋଇଯାଇଛି। ହକି ବିଶ୍ୱକପର ଉଦଘାଟନୀ ମ୍ୟାଚ ପାଇଁ କଟକ ସ୍ଥିତ ବାରବାଟୀ ଷ୍ଟାଡିୟମରେ ଅନ୍ୟ ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବଲିଉଡ ଅଭନେତା ସଲମନ ଖାନ, ପ୍ରସିଦ୍ଧ ଗାୟକ ଏ. ଆର ରେହେମାନ ଆଦି କଳାକାର ଯୋଗଦେବେ। ବଲିଉଡ କଳାକାର ସଲମନ ଖାନ ଏହାକୁ ନେଇ ମଙ୍ଗଳବାର ଟୁଇଟର ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ସଲମନ ଏକ ଭିଡିଓ କରି କଟକ ଆସିବାକୁ କହିଛନ୍ତି। ସେ କହିଛନ୍ତି, ବିଶ୍ୱକପ ହକି ପାଇଁ ମୁଁ ବୁଧବାର କଟକ ଆସୁଛି। ସମସ୍ତଙ୍କୁ ଧନ୍ୟବାଦ, ଭଗବାନ ଆପଣଙ୍କ ମଙ୍ଗଳ କରନ୍ତୁ ବୋଲି ସଲମନ ନିଜ ଭିଡିଓରେ କହିଛନ୍ତି। ସଲମନ ଏହି ଟୁଇଟ କରିବା ପରେ ସମସ୍ତଙ୍କ ମଧ୍ୟରେ ଉତ୍ସାହ ଖେଳିଯାଇଛି।

Hot this week

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

Related Articles

Popular Categories