www.samajalive.in
Friday, December 5, 2025
27.1 C
Bhubaneswar

‘ସମାଜ’ ପକ୍ଷରୁ ରକ୍ତଦାନ ଶିବିର ଓ ଚାରାରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ଵର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ ଅବସରରେ ‘ସମାଜ’ ପକ୍ଷରୁ ସେବା ଓ ସେବକ ସପ୍ତାହରେ ରକ୍ତଦାନ ଶିବିର ଓ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଳ୍ପନାସ୍ଥିତ ଲାଲ ବାହାଦୁର କ୍ଲବଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଉତ୍ତର ବିଧାୟକ ବାବୁ ସିଂ, ବିଜେପି ନେତା ଜଗନ୍ନାଥ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ନିୟମିତ ରକ୍ତଦାନ ସହ ବୃକ୍ଷରୋପଣ କରିବା ଉପରେ ସମ୍ପୃକ୍ତ ବ୍ୟକ୍ତିବିଶେଷ ଗୁରୁତ୍ୱାରୋପ କରିଥିଲେ।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ‘ସମାଜ’ର ମୁଦ୍ରାକର ଓ ପ୍ରକାଶକ ରାଜେନ୍ଦ୍ର ଜେନା, ସମ୍ପାଦକ ତପନ କୁମାର ମିଶ୍ର, ଯୁଗ୍ମ ମହାପ୍ରବନ୍ଧକ ପ୍ରିୟବ୍ରତ ମହାନ୍ତି, ପ୍ରମୁଖ ସମ୍ବାଦଦାତା ପ୍ରସନ୍ନ କୁମାର ପତି, ଭୁବନେଶ୍ଵର ଶାଖା ମୁଖ୍ୟ ଗୋପୀନାଥ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories