www.samajalive.in
Friday, December 5, 2025
27.1 C
Bhubaneswar

ଗୁରୁବାର ରାଶିଫଳ: ଏହି ରାଶିରେ ଐଶ୍ୱର୍ଯ୍ୟ ପ୍ରାପ୍ତି ହେବ

ମେଷ:  କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

- Advertisement -

ମିଥୁନ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନେ କରଛଡ଼ା ଦେଇପାରନ୍ତି।

କର୍କଟ: ଜଣେ ବିଶିଷ୍ଟ ସମାଜସେବୀଭାବେ ଜନସାଧାରଣଙ୍କର ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସତ୍‌ସଙ୍ଗୀ ହେବେ।

ସିଂହ: ଜନମତ ନିର୍ବିଶେଷରେ ସବୁ ବର୍ଗର ଲୋକଙ୍କ ସହିତ ଭ୍ରାତୃତ୍ବ ବନ୍ଧନରେ ଅନୁବନ୍ଧିତ ହୋଇପାରିଛି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚ ସୀମିତ କରିବେ।

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ଓ ବିଭିନ୍ନ ସୂତ୍ରରୁ ପ୍ରବାହିତ ହେବ। ପତ୍ନୀ ଆଜ୍ଞାକାରିଣୀ ହେବେ। ଧାର୍ମିକ ହେବେ।

ତୁଳା: ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ଯାନବାହନ ସୁଖ ମିଳିବ।

ବିଛା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇ ମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ।

ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଲାଭପ୍ରଦ ହେବ। କରୁଣା ସାଗର ହେବେ।

ମକର: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଶକ୍ତିମାନ୍‌ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣ କ୍ଷେତ୍ରରେ ପାରଦର୍ଶିତା ପ୍ରତିପାଦନ କରିପାରନ୍ତି। ସାମାଜିକ କର୍ମୀ ହେବେ।

କୁମ୍ଭ: କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ପରମ କଲ୍ୟାଣୀୟ ମାର୍ଗରେ ମାର୍ଗୀ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ମୀନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories