www.samajalive.in
Sunday, December 14, 2025
16.1 C
Bhubaneswar

ସାପ୍ତାହିକ ରାଶିଫଳ ୦୫-୧୧.୦୩.୨୦୨୩

ମେଷ: ରବିବାର ଓ ସୋମବାର ପାରିବାରିକ ଶାନ୍ତି ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର କର୍ମକ୍ଷେତ୍ରରେ ପ୍ରତିଷ୍ଠାଯୁକ୍ତ ହେବେ। ଗୁରୁବାର ଓ ଶୁକ୍ରବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶନିବାର ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଶ୍ରୀଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଦେବଦର୍ଶନରେ ଆନନ୍ଦ ପାଇବେ। ମଙ୍ଗଳବାର ଓ ବୁଧବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଗୁରୁବାର ଓ ଶୁକ୍ରବାର ସମୟ ଅନୁକୂଳ ରହିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଶନିବାର ଆୟ ଓ ବ୍ୟୟ ସମାନ ରହିବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଆଘାତପ୍ରାପ୍ତ ହେବେ। ମଙ୍ଗଳବାର ଓ ବୁଧବାର ପରିଶ୍ରମ ଜନିତ କ୍ଳାନ୍ତି ଅନୁଭୂତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ସୁସମ୍ବାଦ ପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଓ ସୋମବାର ପ୍ରୀତି ଲାଭ ହେବ। ମଙ୍ଗଳବାର ଓ ବୁଧବାର ଅଯଥା ହସ୍ତକ୍ଷେପ ହେତୁ ଅପମାନିତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଠିକ୍‌ ଭାବରେ କାର୍ଯ୍ୟ କରି ସଫଳତା ପାଇବେ। ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।
ସିଂହ: ରବିବାର ଓ ସୋମବାର ମାଲିମକଦ୍ଦମାରେ ବିଜୟୀ ହେବେ। ମଙ୍ଗଳବାର ଓ ବୁଧବାର ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ଗୁରୁବାର ଓ ଶୁକ୍ରବାର ଦୁର୍ଘଟଣା ଗ୍ରସ୍ତ ହୋଇପାରନ୍ତି। ଜଗିରଖି ଚଳିବେ। ଶନିବାର ପରିଶ୍ରମ ଅନୁସାରେ ଫଳ ମିଳିବ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସନ୍ତାନ ଚିନ୍ତା ରହିବ। ଅସୁବିଧାରେ ପଡ଼ିବେ ମଙ୍ଗଳବାର ଓ ବୁଧବାର ପ୍ରତିଯୋଗିତାରେ ବିଜୟୀ ହେବେ। ଗୁରୁବାର ଓ ଶୁକ୍ରବାର ନୂତନ କାର୍ଯ୍ୟ​‌େ​‌ର ଯୋଗଦେବେ। ଶନିବାର ବିବାଦରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପ୍ରତିକ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଲଳିତା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଋଣଗ୍ରସ୍ତ ହେବେ। ମଙ୍ଗଳବାର ଓ ବୁଧବାର ବିଳମ୍ବରେ ସଫଳତା ମିଳିବ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ବନ୍ଧୁ ଲାଭ କରିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର କାର୍ଯ୍ୟରେ ବାଧା ଦେଖାଦେବ। ଗୁରୁବାର ଓ ଶୁକ୍ରବାର ସମସ୍ୟାଯୁକ୍ତ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବ। ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ରନାମ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦାମ୍ପତ୍ୟରେ ଆନନ୍ଦ ଲାଭ ହେବ। ଅର୍ଥ ପ୍ରାପ୍ତ କରିବେ। ନୂତନ ଗୃହ ଆରମ୍ଭ କରିପାରନ୍ତି। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବା ଉଚିତ। ଶୁକ୍ରବାର ଓ ଶନିବାର ଭାଗ୍ୟରେ ପରିବର୍ତ୍ତନ ଆସିବ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମଙ୍ଗଳବାର ଓ ବୁଧବାର ଅତୀତର କର୍ମକୁ ନେଇ ପଶ୍ଚାତାପ କରିବେ। ଗୁରୁବାର ଓ ଶୁକ୍ରବାର ଶାରୀରିକ ଅସୁସ୍ଥତା ଦେଖାଦେବ। ଶତ୍ରୁଦ୍ବାରା ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ ହେବ। ରିଷ୍ଟଖଣ୍ଡନ ପାଇଁ ଶିବ ସହସ୍ର ନାମ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଆର୍ଥିକ ଅବନତି ଦେଖାଦେବ। ମଙ୍ଗଳବାର ଓ ବୁଧବାର ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ବିଜୟୀ ହେବେ। ଗୁରୁବାର ଓ ଶୁକ୍ରବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶନିବାର ସୁସମ୍ବାଦ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ଅଟକିଥିବା କାର୍ଯ୍ୟ ପରିପୂର୍ଣ୍ଣତା ଲାଭ କରିବ। ମଙ୍ଗଳବାର ଓ ବୁଧବାର ଆୟ ବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବନ୍ଧୁଙ୍କ ଗହଣରେ ବିତିବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁ ତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories