www.samajalive.in
Sunday, December 7, 2025
14.1 C
Bhubaneswar

ଜାଳେଣୀ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ସମାଜବାଦୀ ପାର୍ଟିର ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର : କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ଜାଳେଣୀ ଗ୍ୟାସର ୨୫ ଟଙ୍କା  ଏବଂ ବ୍ୟବସାୟିକ ଜାଳେଣୀ ଗ୍ୟାସର ସିଲିଣ୍ଡର ପିଛା ୮୪ ଟଙ୍କା ଦର ବୃଦ୍ଧି କରାଯାଇଛି। ଏହାର ପ୍ରତିବାଦରେ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ରାଜ୍ୟ କାର୍ଯ୍ୟାଳୟ ପରିସରରେ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ବିକ୍ଷୋଭକାରୀମାନେ କେନ୍ଦ୍ର ସରକାରଙ୍କ ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ବୃଦ୍ଧି କରାଯାଇଥିବା ଜାଲେଣି ଗ୍ୟାସର ଦର ବୃଦ୍ଧିକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ଦାବି କରିଥିଲେ। ଦେଶବାସୀଙ୍କୁ ‘ଆଚ୍ଛାଦିନ’ର ପ୍ରତିଶ୍ରୁତି ଦେଇଥିବା ମୋଦି ସରକାର ପେଟ୍ରୋଲ, ଡ଼ିଜେଲ ଓ ରନ୍ଧନ ଗ୍ୟାସ୍‌ର ଦର ବୃଦ୍ଧି କରି ଗରିବ, ନିମ୍ନ ମଧ୍ୟବିତ୍ତ ଓ ମଧ୍ୟବିତ୍ତ ଶ୍ରେଣୀଙ୍କୁ ଯେଉଁଭଳି ଶୋଷଣ କରି ଚାଲିଛନ୍ତି ଏହାକୁ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ତୀବ୍ର ନିନ୍ଦା କରାଯାଇ ଆଗାମୀ ଦିନରେ ଗଣଆନ୍ଦୋଳନକୁ ଶକ୍ତିଶାଳୀ କରି ଗଢି ତୋଳିବା ପାଇଁ ସମସ୍ତ ବାମ, ଗଣତାନ୍ତ୍ରିକ, ସମାଜବାଦୀ ଦଳ ଓ ଶକ୍ତିମାନେ ଏକାଠି ହେବାକୁ ପାର୍ଟି ପକ୍ଷରୁ ସଭାପତି ରବି ବେହେରା ନିବେଦନ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories