www.samajalive.in
Sunday, December 7, 2025
18.1 C
Bhubaneswar

ହେଟ ସ୍ପିଚ ମାମଲା, ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡ

ଡେସ୍କ: ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଜଣେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କ ବିରୋଧରେ ଘୃଣାପୂର୍ଣ୍ଣ ମନ୍ତବ୍ୟ ଦେଇଥିବା ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏଥିପାଇଁ ତାଙ୍କୁ ୩ ବର୍ଷ ଜେଲ ଦଣ୍ଡ ଓ ୨୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

ତତ୍କାଳୀନ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଦ୍ୱାରା ଉତ୍ତେଜନାମୂଳକ ଭାଷଣ ପାଇଁ ଖାନଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଯଦି ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ଦୁଇ ବର୍ଷ କିମ୍ବା ତା’ଠାରୁ ଅଧିକ ଜେଲ ଦଣ୍ଡ ଭୋଗିବାକୁ ପଡିବ ତେବେ ସେ ବିଧାୟକ ପଦ ହରାଇବେ। ଏକ ଠକେଇ ମାମଲାରେ ସୁପ୍ରିମକୋର୍ଟ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ପରେ ଚଳିତ ବର୍ଷ ପ୍ରାରମ୍ଭରେ ଖାନଙ୍କୁ ଜେଲରୁ ମୁକ୍ତ କରାଯାଇଥିଲା। ଖାନଙ୍କ ନାଁରେ ଦୁର୍ନୀତି ଏବଂ ଚୋରି ଭଳି ପ୍ରାୟ ୯୦ଟି ମାମଲା ରହିଥିବା ଜଣାପଡିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories