www.samajalive.in
Tuesday, December 9, 2025
16.1 C
Bhubaneswar

କରୋନା ସତର୍କତା : ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ମା’ ସମଲେଶ୍ୱରୀଙ୍କର ଦର୍ଶନ ବନ୍ଦ 

ସମ୍ବଲପୁର : ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା ବେଳେ ଏହାର ସଂକ୍ରମଣକୁ ରୋକିବା ପାଇଁ ସରକାର ଓ ପ୍ରଶାସନ ସବୁ ସ୍ତରରେ ପ୍ରୟାସ ଜାରି ରଖିଛନ୍ତି। ଏହି କ୍ରମରେ ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ ଦେବୀଙ୍କର ଦର୍ଶନ ଭକ୍ତ ମାନଙ୍କ ପାଇଁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେଇଛି।

ସୂଚନା ଅନୁଯାୟୀ, କରୋନା ଭୂତାଣୁର ସଂକ୍ରମଣକୁ ଆଶଙ୍କାକୁ ନେଇ ଗୁରୁବାର ସନ୍ଧ୍ୟାରେ ଟ୍ରଷ୍ଟ ବୋର୍ଡର ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ କରୋନା ସଂକ୍ରମଣର ଆଶଙ୍କା ଓ ଭକ୍ତଙ୍କ ସୁରକ୍ଷାକୁ ଧ୍ୟାନରେ ରଖାଯାଇ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଭକ୍ତ ମାନଙ୍କ ପାଇଁ ମାଁ ସମଲେଶ୍ୱରୀଙ୍କର ଦର୍ଶନକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହା ସହିତ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ନବରାତ୍ର ଉତ୍ସବ ମଧ୍ୟ ଆୟୋଜିତ ହେବ ନାହିଁ। ଆଗାମୀ ଦିନରେ କରୋନା ଜନିତ ସ୍ଥିତିର ସମୀକ୍ଷା ପରେ ୩୧ ତାରିଖ ପରେ ମନ୍ଦିର ଖୋଲିବାର ନିଷ୍ପତ୍ତି ନିଆଯିବ ବୋଲି ବୈଠକରେ ସମସ୍ତେ ଏକମତ ହୋଇଛନ୍ତି। ତେବେ ମା’ ସମଲେଶ୍ୱରୀଙ୍କର ଦୈନନ୍ଦିନ ପୂଜା କାର୍ଯ୍ୟକ୍ରମ ନିର୍ଦ୍ଧାରିତ ରିତିନିତି ଅନୁଯାୟୀ ଚାଲୁ ରହିବ ଏବଂ ଭକ୍ତଙ୍କ ପାଇଁ ମନ୍ଦିର ବନ୍ଦ ରହିବ ବୋଲି ମୁଖ୍ୟ ପୂଜକ ଅମ୍ବିକା ରାୟ କହିଛନ୍ତି।

- Advertisement -

ସୂଚନାଯୋଗ୍ୟ ଯେ, କରୋନା ଯୋଗୁଁ ବିଗତ ୧୬ ତାରିଖରୁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଥିଲା। ସମଲେଶ୍ୱରୀ ମହିମା ପ୍ରଚାର ସମିତି ପକ୍ଷରୁ ମଧ୍ୟ ବିଶ୍ୱ କଲ୍ୟାଣ ପାଇଁ ଅଖଣ୍ଡ ଦୀପ ପ୍ରଜ୍ୱଳନ କରାଯାଇଛି। କିନ୍ତୁ କରୋନା ଭୂତାଣୁର ପ୍ରକୋପ ଧିରେ ଧିରେ ବଢ଼ିବାରେ ଲାଗିଥିବାରୁ ମନ୍ଦିରକୁ ଆସନ୍ତା ୩୧ ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories