www.samajalive.in
Saturday, December 6, 2025
26.1 C
Bhubaneswar

ସମ୍ବଲପୁର ବୋମାମାଡ ଘଟଣାରେ ତଦନ୍ତ ଆରମ୍ଭ: ଶାନ୍ତି ବଜାୟ ରଖିବାକୁ ଜିଲ୍ଲାପାଳଙ୍କ ଅପିଲ୍

ସମ୍ବଲପୁର : ସମ୍ବଲପୁର ପୀରବାବା ଛକରେ ବୋମାମାଡ ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାରେ ୩ ଜଣ ଆହତ ହୋଇଥିବାବେଳେ ୨ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡିଦିଆଯାଇଛି। ବୋମାମାଡ ଘଟଣାରେ ଗୋଟିଏ ବୁଲେଟ୍ ମୋଟର ସାଇକେଲ କ୍ଷତିଗ୍ରସ୍ତ ହୋଇଛି। ଖବରପାଇ ଘଟଣାସ୍ଥଳରେ ଉତ୍ତରାଞ୍ଚଳ ପୋଲିସ ଆଇଜି , ଏସପିଙ୍କ ସମେତ ଅନ୍ୟ ପୁଲିସ ଅଧିକାରୀମାନେ ପହଞ୍ଚି ଥିଲେ। ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବା ସହ ସେଠାରେ ଲୋକଙ୍କ ଭିହ ଲାଗିଥିଲା। ପୁଲିସ୍ ଲୋକମାନଙ୍କୁ ବୁଝାସୁଝା କରି ପରିସ୍ଥିତି ସ୍ବାଭାବିକ କରିବାକୁ ଉଦ୍ୟମ କରିଛି। ପରେ ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ଜିଲ୍ଲାପାଳ ଏବଂ ଉତ୍ତରାଞ୍ଚଳ ଆରଡିସି ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ତେବେ କିଏ ଏବଂ କାହିଁ ଏଭଳି କାଣ୍ଡ କରିଛି , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନି। ଆଖପାଖ ଅଞ୍ଚଳରେ ଥିବା ସିସି ଟିଭି ଫୁଟେଜକୁ ପୁଲିସ୍ ଯାଞ୍ଚ କରୁଛି। ଜନସାଧାରଣଙ୍କୁ କୌଣସି ଗୁଜବକୁ ବିଶ୍ବାସ ନକରି ପୁଲିସ ପ୍ରଶାସନକୁ ସହଯୋଗ କରିବା ସହ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ସମ୍ବଲପୁର ଜିଲ୍ଲାପାଳ ନିବେଦନ କରିଛନ୍ତି।

 

- Advertisement -

 

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories