www.samajalive.in
Friday, December 5, 2025
27.1 C
Bhubaneswar

ବିଦ୍ୟୁତ୍ ଆଘାତରେ ହାତୀ ମୃତ୍ୟୁ ମାମଲା: ଜବାବ ମାଗିଲେ ହାଇକୋର୍ଟ

ସମ୍ବଲପୁର : ସମ୍ବଲପୁରରେ ବିଦ୍ୟୁତ୍ ଆଘାତରେ ହାତୀ ମୃତ୍ୟୁ ମାମଲା। ନିଜ ଆଡୁ ଜନସ୍ଵାର୍ଥ ମାମଲା ଦାୟର କରିବା ସହ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି ହାଇକୋର୍ଟ। ସମ୍ବଲପୁର ନାକଟିଦେଉଳ ରେଞ୍ଜରେ ବିଦ୍ୟୁତ୍ ଆଘାତରେ ୩ ହାତୀଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ୩ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବାବେଳେ ବିଦ୍ୟୁତ୍‌ ତାର ବିଛାଇଥିବା ୩ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟଜଣେ ଫେରାର ଥିବା ଜଣାପଡିଛି। ସୋମବାର ସକାଳୁ ବୁରୋମାଳ ଜଙ୍ଗଲ ନିକଟସ୍ଥ ଚାଷଜମିରେ ୩ ହାତୀଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ବନ କର୍ମଚାରୀ ପହଞ୍ଚି ୩ ମୃତଦେହ ଜବତକରି ତଦନ୍ତ କରିଥିଲେ। ଘୋଷରାମାଳ ଅଞ୍ଚଳର କେତେକ ବ୍ୟକ୍ତି ବାର୍‌ହା ଶିକାର ପାଇଁ ବୁରୋମାଳ ଜଙ୍ଗଲ ଭିତରେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟରୁ ତାର ଟାଣି ତଳେ ବିଛାଇଥିଲେ। ଏହା ହାତୀ ଚଳପ୍ରଚଳ ଅଞ୍ଚଳ ହୋଇଥିବାରୁ ହାତୀପଲ ଏହିରାସ୍ତା ଦେଇ ଯାଉଥିବା ବେଳେ ଏହି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ଏକ ଛୁଆହାତୀ ସମେତ ୩ ମାଈ ହାତୀର ମୃତ୍ୟୁ ଘଟିଥିଲା।

Hot this week

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

Related Articles

Popular Categories