ସମ୍ବଲପୁର: ସମ୍ବଲପୁର ଏନଏଚ୍ ୫୫ ନଂ ଜାତୀୟ ରାଜପଥ ହାଲିପାଲି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବାବେଳେ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଛାତ୍ର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଆଜି ସକାଳେ କିଛି ଛାତ୍ରଛାତ୍ରୀ ଏକ ଅଟୋ ଯୋଗେ ସ୍କୁଲ ଯାଉଥିଲେ। ଏତିକିବେଳେ ହାଲିପାଲି ନିକଟରେ ଏକ ଟ୍ରକ୍ ଦ୍ରୁତ ଗତିରେ ଆସି ଅଟୋକୁ ଧକ୍କା ଦେଇଥିଲା। ଫଳରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ଏଥିରେ ୩ ଜଣ ଛାତ୍ର ଗୁରୁତର ହୋଇଥିଲେ। ଦୁର୍ଘଟଣା ପରେ ଟ୍ରକ ଚାଳକ ଗାଡି ଛାଡି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଗାଡିଟିକୁ ଜବତ କରି ଅଧିକ ଛାନଭିନ୍ ଜାରି ରଖିଛି।
Popular Categories



