www.samajalive.in
Wednesday, December 10, 2025
23.1 C
Bhubaneswar

ବିଦ୍ୟାଳୟ କ୍ଲଷ୍ଟରସ୍ତରୀୟ କର୍ମଶାଳା

ସମ୍ବଲପୁର: ସମ୍ବଲପୁରର ଧନକଉଡା ବ୍ଲକ ଅଧିନସ୍ଥ ବ୍ରଜ ମୋହନ ପଟ୍ଟନାୟକ ଆଞ୍ଚଳିକ ସାଧନ କେନ୍ଦ୍ର ପକ୍ଷରୁ ସ୍ଥାନୀୟ ପଟ୍ଟନାୟକପଡା ଠାରେ ଏକ କ୍ଲଷ୍ଟର ସ୍ତରୀୟ ଟିଏଲଏମ କର୍ମଶାଳା ଆୟୋଜିତ ହୋଇଛି। ପଟ୍ଟନାୟକପଡା ସ୍ଥିତ ବ୍ରଜ ମୋହନ ପଟ୍ଟନାୟକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ସିଆରସିସି ସୁଶାନ୍ତ କୁମାର ଭୋଇଙ୍କ ସଂଯୋଜନାରେ ଆୟୋଜିତ ଏହି କର୍ମଶାଳାରେ କ୍ଲଷ୍ଟର ଅଧିନସ୍ଥ ୬ଟି ବିଦ୍ୟାଳୟର ୨୨ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ। ଧନକଉଡା ବ୍ଲକ ଏବିଇଓ ତଥା ବିଆରସିସି ରମେଶ ଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। କର୍ମଶାଳାରେ ବିଦ୍ୟାଳୟ ଗୁଡିକରେ ଉତ୍ତମ ଶିକ୍ଷାଦାନ, ସୁବିଧା ଅସୁବିଧା, କୋଭିଡ ପରେ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଶିକ୍ଷାଦାନ ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବି.ଏମ.ପଟ୍ଟନାୟକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପବିତ୍ର କୁମାର ସ୍ୱାଇଁ ଓ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ କାର୍ଯ୍ୟକ୍ରମକୁ ଆୟୋଜନ ଓ ପରିଚାଳନାରେ ସକ୍ରିୟ ସହାୟତା କରିଥିଲେ। ବରିଷ୍ଠ ଶିକ୍ଷୟତ୍ରୀ ପୁଷ୍ପାଞ୍ଜଳି ମହାପାତ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories