www.samajalive.in
Sunday, December 14, 2025
19.1 C
Bhubaneswar

ବିଶାଲଖିଣ୍ଡାରେ ବନ ମହୋତ୍ସବ ପାଳିତ

ସମ୍ବଲପୁର: ସମ୍ବଲପୁରର ଉପକଣ୍ଠସ୍ଥ ବିଶାଲଖିଣ୍ଡା ଠାରେ ସ୍ଥିତ ଉଚ୍ଚ ବିଦ୍ୟାଳୟ ଠାରେ ବନ ମହୋତ୍ସବ – ୨୦୨୨ ପାଳିତ ହୋଇଯାଇଛି। ଶନିବାର ବିଦ୍ୟାଳୟର ସବୁଜ ବାହାନୀ ଏବଂ ବିଶାଲଖିଣ୍ଡା ଗ୍ରାମ ପଞ୍ଚାୟତ ସମିତିର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଉତ୍ସବରେ ବିଦ୍ୟାଳୟ ପରିସରରେ ୧୫୦ଟି ବିଭିନ୍ନ ପ୍ରଜାତିର ଚାରା ରୋପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଅବସରରେ ଆୟୋଜିତ ଏକ ସଭାରେ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ଖମାରୀ ଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଥିଲା। ଏଥିରେ ବନ ମହୋତ୍ସବ ପାଳନର ଗୁରୁତ୍ୱ, ଲକ୍ଷ୍ୟ ଓ ଆବଶ୍ୟକତା ଉପରେ ଅତିଥି ମାନେ ନିଜସ୍ୱ ବକ୍ତବ୍ୟ ରଖି ଛାତ୍ରଛାତ୍ରୀ ଓ ଜନତାଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସଚ୍ଚିଦାନନ୍ଦ ପ୍ରଧାନ, ବିଶାଲଖିଣ୍ଡା ଗ୍ରାମ ପଞ୍ଚାୟତର ସରପଞ୍ଚ ସରିତା ନାଥ, ପୁଷ୍ପାଞ୍ଜଳି ବେହେରା, ଫରେଷ୍ଟର ସୁକାନ୍ତ ମହାପାତ୍ର, ବିଭୂ ପଟ୍ଟନାୟକ, ଜଗନ୍ନାଥ ନାଥ, ସତ୍ୟଦେବ ବାରିକ, ଉମେଶ ସାହୁ, ରିକୁ ସାହୁ, ଦେବାଶିଷ ସାହୁ, ଦୟାନିଧି ଲାକଡା, ବବଲୁ ସାହୁଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀମାନେ ସକ୍ରିୟ ସହାୟତା କରିଥିଲେ। ବିଦ୍ୟାଳୟର ଶିକ୍ଷକ ରାମଚନ୍ଦ୍ର ଭୋଇ ସଭାକୁ ସଂଯୋଜନା କରିବା ସହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories