www.samajalive.in
Wednesday, December 10, 2025
26.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବଲପୁରରେ ତ୍ରିରଙ୍ଗା ବଣ୍ଟନ

ସମ୍ବଲପୁର: ସମ୍ବଲପୁରର ମା ସମଲେଶ୍ୱରୀ ମନ୍ଦିରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହର ଘର ତ୍ରିରଙ୍ଗା ଅଭିଯାନ ଅର୍ନ୍ତଗତ ଜାତୀୟ ପତାକା ବଣ୍ଟନ କରିଛନ୍ତି। ସେ ରାଉରକେଲା ଓ ସୁନ୍ଦରଗଡ଼ ଠାରେ ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ସନ୍ଧ୍ୟା ସମୟରେ ସମ୍ବଲପୁର ଗସ୍ତରେ ପହଂଚି ମା ସମଲେଶ୍ୱରୀଙ୍କ ଦର୍ଶନ କରିଥିଲେ। ଏହା ପରେ ସମଲେଶ୍ୱରୀ ମନ୍ଦିର ନିକଟରେ ଆୟୋଜିତ ଆଜାଦୀ କା ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଜାତୀୟ ପତାକା ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ଜିଲା ସଭାପତି ଗିରିଶ ପଟେଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଦାମୋଦର କର ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ବିଶିଷ୍ଟ ବ୍ୟକ୍ତି ଡ. ଶ୍ୟାମସୁନ୍ଦର ଧର, ବିନୋଦ ପଶାୟତ, ଡ. ତୁଲାରାମ କଲେତ, ପଦ୍ମିନୀ ଦୋରା ଓ ଯଶବିର ସିଂ ହୁରା ପ୍ରମୁଖଙ୍କୁ ଜାତୀୟ ପତାକା ଓ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଫଟୋ ଚିତ୍ର ପ୍ରଦାନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କରିଥିଲେ। କାର୍ଯ୍ୟକ୍ରମରେ ରେଙ୍ଗାଲି ବିଧାୟକ ନାଉରୀ ନାୟକ, କୁଚିଣ୍ଡାର ପୂର୍ବତନ ବିଧାୟକ ରବି ନାରାୟଣ ନାୟକ, ସୀମାଞ୍ଚଳ ଖଟେଇ, ଟଙ୍କଧର ତ୍ରିପାଠୀ, ଦେବେନ୍ଦ୍ର ମହାପାତ୍ର, ରାମଚନ୍ଦ୍ର ମେହେରଙ୍କ ସମେତ ଅନେକ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ।

Hot this week

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

ଓଡ଼ିଶାରୁ ଚଣ୍ଡିଗଡ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି

ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ଜିତିବା ପରେ ଚଣ୍ଡିଗଡ ଅଭିମୁଖେ ଗଲେ ଭାରତ...

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

Related Articles

Popular Categories