www.samajalive.in
Wednesday, December 10, 2025
26.1 C
Bhubaneswar

ଇନ୍ଟରାକ୍ଟ କ୍ଲବର ଅଧିସ୍ଥାପନ ସମାରୋହ

ସମ୍ବଲପୁର: ସମ୍ବଲପୁରର ରାଷ୍ଟ୍ରୀୟ ଗୋପାଳ ବିଦ୍ୟା ମନ୍ଦିର ଠାରେ ଇନ୍ଟରାକ୍ଟ କ୍ଲବର ଅଧିସ୍ଥାପନ ସମାରୋହ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ରୂପେ ସମ୍ବଲପୁର ରୋଟାରୀ କ୍ଲବର ସଭାପତି ରଣଜିତ ସିଂ ହୁରା, କ୍ଲବର କୋଷାଧ୍ୟକ୍ଷ ସୁଜିତ କୁମାର ପାଣିଗ୍ରାହୀ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇଥିଲେ। ଏହି ଅବସରରେ ଅତିଥି ମାନେ ବିଦ୍ୟାର୍ଥ ମାନଙ୍କ ମଧ୍ୟରେ ସେବା ମନୋଭାବ ଜାଗ୍ରତ କରିବା ପାଇଁ ଆହ୍ୱାନ ଦେଇଥିଲେ। କ୍ଲବରେ ନୂତନ ଭାବରେ ଯୋଗ ଦେଇଥିବା ଛାତ୍ରଛାତ୍ରୀ ମାନେ ଦାୟିତ୍ୱ ଗ୍ରହଣ କରିଥିଲେ। ପରମେଶ୍ୱରୀ ବାଇ ମୋମୋରିଆଲ ଟ୍ରଷ୍ଟ ତରଫରୁ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀର ସର୍ବୋଚ୍ଚ ଅଙ୍କ ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯାଇ ଉତ୍ସାହିତ କରାଯାଇଥିଲା। ବିଦ୍ୟାଳୟର ଅଧ୍ୟକ୍ଷା ଇନ୍ଦିରା ପ୍ରିୟଦର୍ଶିନୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ଛାତ୍ରଛାତ୍ରୀ ମାନେ ଭବ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories