www.samajalive.in
Saturday, December 13, 2025
15.1 C
Bhubaneswar

ଧନକଉଡା ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱଚ୍ଛ ଭାରତ ଅଭିଯାନ

ସମ୍ବଲପୁର: ସମ୍ବଲପୁରର ଧନକଉଡା ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ସ୍ୱଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । କ୍ରିଷ୍ଣା ସ୍ୱୟଂ ସହାୟକ ମହାସଂଘ ଗେଙ୍ଗୁଟିପାଲିର ୨୦ରୁ ଅଧିକ ମହିଳା ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ ମାନଙ୍କ ସହିତ ଯୋଗ ଦେଇଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ର ଓ ଚର୍ତୁପାର୍ଶ୍ୱକୁ ସଫା କରିବା ସହିତ ପ୍ରତି ମାସରେ ଥରେ ଏହି କାର୍ଯ୍ୟକ୍ରମ କରାଯିବ ବୋଲି ସମସ୍ତେ ମତ ପ୍ରକାଶ କରିଥିଲେ । ଏଥି ସହ ସମସ୍ତଙ୍କୁ ହାତ ଧୋଇବା, ସଫାସୁତୁରା ରହିବା ପାଇଁ ସଚେତନ କରାଯାଇଥିଲା । ଡା. ଦିଲୀପ କୁମାର ମୁଦୁଲିଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦିଲୀପ କୁମାର ନନ୍ଦ, ସୁପ୍ରଭାତ ସାହୁ, ରାମଚନ୍ଦ୍ର ରାଉତ, ଅନୀତା ଓରାମ, ଗୌରାଙ୍ଗ ପଧାନ, ସଙ୍ଗୀତା ଦାସ, ଛବିଲବାଲା ମଲ୍ଲିକ, ରୀନା ସିଂ, ରାମ ଚାରଦିଆ, ଗୀତା ଦାସ ପ୍ରମୁଖ ସକ୍ରିୟ ସହାୟତା କରିଥିଲେ ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories