www.samajalive.in
Sunday, December 14, 2025
19.1 C
Bhubaneswar

ସମ୍ବଲପୁରର ସୌମ୍ୟା ନନ୍ଦଙ୍କ ଏମ୍‌ସରେ ସଫଳତା

ସମ୍ବଲପୁର: ସମ୍ବଲପୁରର ଝିଅ ସୌମ୍ୟା ନନ୍ଦ ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ (ଏମ୍‌ସ)ର ସ୍ନାତକୋତ୍ତର ପ୍ରବେଶିକା ପରୀକ୍ଷାରେ ସଫଳତା ଅର୍ଜନ କରିଛନ୍ତି । ସେ ସର୍ବଭାରତୀୟ ସ୍ତରରେ ସାଧାରଣ ବର୍ଗରେ ୧୩୮ ରାଙ୍କ ହାସଲ କରି କୃତିତ୍ୱ ଅର୍ଜନ କରିଛନ୍ତି । ଛୋଟ ସମୟରୁ ହିଁ ଅତ୍ୟନ୍ତ ମେଧାବୀ ଛାତ୍ରୀ ସୌମ୍ୟା ନନ୍ଦ କଟକର ଏସସିବି ମେଡିକାଲ କଲେଜର ୨୦୨୧ ବ୍ୟାଚର ଏମବିବିଏସ ଛାତ୍ରୀ । ସେ ସମ୍ବଲପୁରର ପ୍ରଧାନପଡା ନିବାସୀ ଅବସରପ୍ରାପ୍ତ ବୀମା ଅଧିକାରୀ ପ୍ରଦୀପ କୁମାର ନନ୍ଦ ଓ ନୂତନ ନନ୍ଦଙ୍କ ସୁକନ୍ୟା । ତାଙ୍କର ଏହି ସଫଳତା ପାଇଁ ତାଙ୍କୁ ସବୁ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଉଛି ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories