www.samajalive.in
Monday, December 15, 2025
14.1 C
Bhubaneswar

ରେଳ ଧକ୍କାରେ ଟ୍ରାକମ୍ୟାନ ମୃତ

ସମ୍ବଲପୁର: ସମ୍ବଲପୁର ରେଳ ମଣ୍ଡଳ ଅଧିନସ୍ଥ କାର୍ଯ୍ୟରତ ଟ୍ରାକମ୍ୟାନ ସନ୍ତୋଷ ମହାକୁଡ (୫୦) ଙ୍କ ଏକ ରେଳ ଧକ୍କାରେ ମୃତ୍ୟୁ ହୋଇଯାଇଛି। ରବିବାର ଏକ ମାଲବାହୀ ରେଳଗାଡି ଭାଲୁପାଲି ଲେଭଲ କ୍ରସିଂ ଅତିକ୍ରମ କରୁଥିବା ବେଳେ ଶ୍ରୀ ମହାକୁଡଙ୍କୁ ଏହା ଧକ୍କା ଦେଇଥିଲା। ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ରେଳବାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଜିଆରପି ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠା ଯାଇଥିଲା। ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ଅନ୍ତିମ ସଂସ୍କାର ପାଇଁ ମୃତଦେହ ଜିଆରପି ହସ୍ତାନ୍ତରିତ କରାଯାଇଛି ଓ ଘଟଣାର ତଦନ୍ତ ଚାଲିଛି ବୋଲସ ସୂଚନା ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories