www.samajalive.in
Saturday, December 6, 2025
19.1 C
Bhubaneswar

ଦୁର୍ଘଟଣାରେ ସମ୍ୱଲପୁର ବିଶ୍ୱବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ

ବୁର୍ଲା : ପୁଣି ବୁର୍ଲାରେ ସଡକ ଦୁର୍ଘଟଣାରେ ଛାତ୍ରଙ୍କ ମୃତ୍ୟୁ। ବାଇକ ଦୁର୍ଘଟଣାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପିଜି ଦ୍ବିତୀୟ ବର୍ଷର ଛାତ୍ର ସାହିଲ ପ୍ରଧାନ(୨୩)ଙ୍କ ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ ବିଶ୍ୱବିଦ୍ୟାଳୟ ପରିସରରେ ସାହିଲ ନିଜ ବାଇକରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଏକ ଗଛରେ ଧକ୍କା ଦେଇଥିଲେ। ଏଥିରେ ସେ ବାଇକରୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସାଙ୍ଗମାନେ ଉଦ୍ଧାର କରି ଚିକିତ୍ସା ପାଇଁ ବୁର୍ଲା ମେଡିକାଲ କୁ ନେଇଥିଲେ। ସେଠାରେ ଡାକ୍ତର ଦେଖି ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଏନେଇ ଏକ ମାମଲା ରୁଜୁ କରିଛି।
ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି। ତେବେ ସାହିଲଙ୍କ ଘର ବରଗଡ ଜିଲ୍ଲା କୁର୍ଲା ଗ୍ରାମରେ। ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବାୟୋ ଟେକ୍ନୋଲୋଜି ବିଭାଗରେ ପିଜି ଦ୍ଵିତୀୟ ବର୍ଷର ଛାତ୍ର ଥିଲେ ଏବଂ ସେ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଛାତ୍ରାବାସରେ ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ସେ ଛାତ୍ରାବାସକୁ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି। ସାହିଲଙ୍କ ବିୟୋଗରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ମହଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏହାକୁ ନେଇ ବିଶ୍ୱବିଦ୍ୟାଳୟ କୁଳପତି ଏବଂ କୁଳସଚିବ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଭାରତରେ ପହଞ୍ଚିଲା ଚୀନର ନୂଆ ଭୂତାଣୁ ; ବେଙ୍ଗାଲୁରୁରେ ପ୍ରଥମ ଏଚ୍‌ଏମ୍‌ପିଭି ସଂକ୍ରମିତ ଚିହ୍ନଟ

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories