www.samajalive.in
Tuesday, December 9, 2025
17.1 C
Bhubaneswar

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ, ଏକ ଲକ୍ଷ ଟଙ୍କା ଜରିମାନା

ସମ୍ବଲପୁର: ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅନ୍ତର୍ଗତ ଅଞ୍ଚଳରେ ହୋଇଥିବା ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ସମ୍ବଲପୁର ପୋକ୍ସୋ ଅଦାଲତ ୨୦ ବର୍ଷର ସଶ୍ରମ କାରାଦଣ୍ଡ ସହିତ ୧ ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି।

ଗତ ୨୦୨୩ ମସିାହରେ କୁଚିଣ୍ଡା ଥାନା ଅନ୍ତର୍ଗତ ରିଙ୍କୁ ଶେଖ ନାବାଳିକାକୁ ଏକାକୀ ଥିବାର ସୁଯୋଗ ନେଇ ଦୁଷ୍କର୍ମ କରିଥିଲା। ଶୁକ୍ରବାର ଏହି ମାମଲାର ବିଚାର କରି ପୋକ୍ସୋ ଅଦାଲତ ବିଚାରପତି ଅଭିଳାଷ ସେନାପତି ୧୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାରରେ ରିଙ୍କୁ ଶେଖକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୧ ଲକ୍ଷ ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ହେଲେ ୧ ବର୍ଷ ଅଧିକ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ମାମଲାକୁ ସରକାରୀ ଓକିଲ ସନ୍ତୋଷ କୁମାର ପଣ୍ଡା ପରିଚାଳନା କରୁଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories