www.samajalive.in
Saturday, December 13, 2025
27.1 C
Bhubaneswar

ଭୁତାପଡା ମଙ୍ଗଳା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜନୋତ୍ସବ ପାଇଁ କଳସାଧିବାସ

ସମ୍ବଲପୁର : ସମ୍ବଲପୁର ସହର ଭୁତାପଡା ମା’ ମଙ୍ଗଳାଙ୍କ ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜୋତ୍ସବ ସକାଶେ ଶନିବାର ଚୈତ୍ର ମାସ ଅମାବାସ୍ୟା ତିଥିରେ କଳଶାଧୀବାସ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆଜିଏକ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ସହରର ଶତାଧିକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଅଂଶ ଗ୍ରହଣ କରିଥିଲେ। ସ୍ଥାନୀୟ ମହାନଦୀ ଘାଟରୁ ଜଳ ଆଣି ବିଧି ମୁତାବକ ମଙ୍ଗଳାଙ୍କ ପୀଠେ ପୂଜୋତ୍ସବ ଅନୁଷ୍ଠିତ ହୋଇଥିଲା।

ଭୁତାପଡା ମଙ୍ଗଳା ମନ୍ଦିରର ପୂଜକ ମହେଶ୍ୱର ପଣ୍ଡା ଓ ପଣ୍ଡିତ ଆଦିତ୍ୟ ମିଶ୍ର, ପ୍ରଦୀପ କୁମାର ଦାସ ପୂଜା କାର୍ଯ୍ୟ ସମ୍ପାଦନ କରିଥିଲେ। ମଙ୍ଗଳା ମନ୍ଦିର କମିଟିର ରବୀନ୍ଦ୍ର ଜେନା, ଇଂ. ଯାଦବ ଦେହୁରୀ, ରସାନନ୍ଦ ବେହେରା, ହରିହର ପାଣିଗ୍ରାହୀ, ସୁଧାଂଶୁ ଶେଖର ମହାରଣା, ସାଧବ ପ୍ରଧାନ, ଓମ ପ୍ରକାଶ ଦାସ, ଅସିତ ବିଶ୍ୱାଳ, ବିଛନ୍ଦ ବେହେରା, ନିହାର କୁମାର ମାହାନା ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ ଓ ସମ୍ବଲପୁର ଧୂଚୁରାପଡ଼ା ନିବାସୀ ସରୋଜ ସାହୁ ଓ ସାଗରୀକା ସାହୁ ସପତ୍ନୀକ କର୍ତ୍ତା ଦାୟିତ୍ୱ ନିର୍ବାହ କରିଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories