www.samajalive.in
Monday, December 8, 2025
27.1 C
Bhubaneswar

ସମଲେଇ ପୀଠରେ ପହଞ୍ଚିଲା ନୂଆଁଖାଇ ପାଇଁ ନୂଆ ଧାନ

ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ପୀଠରେ ପହଞ୍ଚିଲା ନୂଆଁଧାନ | ମା’ଙ୍କଠାରେ ଲାଗି ହେବାକୁ ଥିବା ନବାନ୍ନ ପାଇଁ ଏହି ନୂଆ ଧାନ ବଲବସପୁର ଅଂଚଳର ସୁବାଷ ବେହେରା ଆଣି ମୁଖ୍ୟ ପୂଜକଙ୍କୁ ପ୍ରଦାନ କରିଛନ୍ତି | ଏହି ନୂଆଁଧାନକୁ ଗଣେଷ ପୂଜା ଦିନ ପୂଜକଙ୍କ ପରିବାର ଯତ୍ନ ସହକାରେ ସଫା କରି , ଏହା ପରେ କେଣ୍ଡାରୁ ଧାନ ଅଲଗା କରି ତାକୁ ଭାଜି ଚାଉଳ ବାହାର କରିବେ | ପରେ ଗୁଡ ଓ ଘିଅ ଦେଇ ନବାନ୍ନ ପ୍ରସ୍ତୁତ ହେବ | ତେବେ ୬୦ ଦିନରେ ଉତ୍ପାଦନ ହେଉଥିବା ଧାନ ପାଇଁ ସୁବାଷ ବେହେରାଙ୍କ ପରିବାର ଚାଷରେ ଲାଗିପଡିଥାନ୍ତି | ୪ ବର୍ଷ ହେଲା ସୁବାଷ ବେହେରାଙ୍କ ପରିବାର ଏହି ଧାନ ଯୋଗାଇ ଆସୁଛନ୍ତି | ତେବେ ଆଜି ଏହି ଧାନ ଆଣି ପୂଜକ ଅମ୍ବିକା ପ୍ରସାଦ ରାୟଙ୍କୁ ପ୍ରଦାନ କରିଛନ୍ତି | ଗଣେଷ ପୂଜା ଦିନ ପୂଜକଙ୍କ ପରିବାରର ମହିଳାମାନେ ଏଥିରୁ ଚାଉଳ ବାହାର କରି ତାକୁ ଗୁଣ୍ଡ କରି ମା’ ଇଷ୍ଟଦେବୀଙ୍କ ପାଖରେ ଭୋଗ ଲାଗିବ |

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories