www.samajalive.in
Saturday, December 6, 2025
26.1 C
Bhubaneswar

୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର : ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ । ପାଞ୍ଚ ଦଫା ଦାବିରେ ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି । ସମ୍ବଲପୁର ନାଗରିକ କ୍ରିୟାନୁଷ୍ଠାନ କମିଟି ଦେଇଥିବା ଏହି ବନ୍ଦ ଡାକରା ଯୋଗୁଁ ସ୍ୱଭାବିକ ଜୀବନଯାତ୍ରା ପ୍ରଭାବିତ ହୋଇଛି । ବଡ ବଡ ବ୍ୟବସାୟିକ ପ୍ରତିଷ୍ଠାନ ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିଛି । ନାଗରିକ କମିଟିର ସଦସ୍ୟ ମାନେ ଜିଲା ଦୌରା ଜଜଙ୍କୁ କୋର୍ଟ କୁ ଛାଡି ନଥିଲେ । ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା, ପଶ୍ଚିମ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା, ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସ୍ଥାନ ଦେବା, ସମ୍ବଲପୁରରେ ଇଲେକଟ୍ରିକ ପ୍ରିପେଡ଼ ମିଟର ପ୍ରଚଳନ ଓ ପାଣି ମିଟର ଲଗାଇବା ବନ୍ଦ କରିବା ଆଦି ପାଞ୍ଚ ଦଫା ଦାବି ନେଇ ନାଗରିଜ କ୍ରିୟାନୁଷ୍ଠାନ କମିଟି ବନ୍ଦ ଡାକରା ଦେଇଛି । ବନ୍ଦକୁ ଦୃଷ୍ଟିରେ ରଖି ସହର ସାରା  ପୁଲିସ ମୁତୟନ କରାଯାଇଛି । ଜିଲ୍ଲାର ପ୍ରାୟ ସମସ୍ତ ସଙ୍ଗଠନ ଏହି ବନ୍ଦ ରେ ସାମିଲ ହୋଇଥିଲେ ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories