www.samajalive.in
Sunday, December 14, 2025
26.1 C
Bhubaneswar

ସମ୍ବଲପୁର ହେଉ ଜ୍ଞାନ ଆଧାରିତ ଅର୍ଥନୀତିର ପେଣ୍ଠସ୍ଥଳି – ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: ସମ୍ବଲପୁର ବିଶ୍ଵବିଦ୍ୟାଳୟର ୫୮ ତମ ପ୍ରତିଷ୍ଠା ଦିବସରେ ଯୋଗ ଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ୨୦୩୬ ମସିହା ଓ ୨୦୪୭ ଆମ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ବିକଶିତ ଓଡିଶା ଓ ଭାଷା ଭିତ୍ତିରେ ଓଡିଶା ଗଠନକୁ ଦୃଷ୍ଟିରେ ରଖି ସମ୍ବଲପୁର ବିଶ୍ୱବିଦ୍ୟାଳୟ କେବଳ ଉଚ୍ଚ ଶିକ୍ଷା କ୍ଷେତ୍ରରେ ନୁହେଁ ବରଂ ରାଜ୍ୟରେ ସାମାଜିକ, ମୌଳିକ ସମସ୍ୟା ତଥା ପାନୀୟଜଳ, ସ୍ୱାସ୍ଥ୍ୟ, କ୍ୟାନସରର ମୁକାବିଲା, ଚାଷୀ ସମସ୍ୟା ଏବଂ ପରିବେଶ ସୁରକ୍ଷାର ସମାଧାନ ବାହାର କରିବା ଦିଗରେ ମଧ୍ୟ ଦାୟିତ୍ୱ ନେବା ଦରକାର ବୋଲି ଶ୍ରୀ ଧର୍ମେନ୍ଦ୍ର କହିଛନ୍ତି।

ସେ କହିଛନ୍ତି ଯେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏକ ଶୈକ୍ଷିକ, ଗବେଷଣା ଏବଂ ନବସୃଜନର କେନ୍ଦ୍ରବିନ୍ଦୁ। ଏହାର ଚରିତ୍ର ନିରୂପଣ କରିବାର ସମୟ ଆସିଛି। ସ୍ଥାନୀୟ ଅଞ୍ଚଳରେ ଶିକ୍ଷା ମାଧ୍ୟମରେ ସାମଗ୍ରିକ ବିକାଶ କରିବା କେବଳ କହିଲେ ହେବ ନାହିଁ ବରଂ ଏଥିପାଇଁ ଦାୟିତ୍ୱ ନେବା ପାଇଁ ପଡିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ମାତୃଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରିବାକୁ ହେବ। ଭାରତୀୟ ଜ୍ଞାନ ପରମ୍ପରାରେ ଆଗକୁ ବଢିବାକୁ ହେବ । ସମ୍ବଲପୁର ଅଞ୍ଚଳରେ ଶିକ୍ଷାର ବୃଦ୍ଧି ପାଇଁ ସ୍ଥାନୀୟ ଭାଷାରେ ଶିକ୍ଷା ଦେବାକୁ ପଡ଼ିବ।

- Advertisement -

ଏହି ଅବସରରେ ଶ୍ରୀ ପ୍ରଧାନ ଶିକ୍ଷାନୁଷ୍ଠାନ ପରିସରରେ ମହିମା ଧର୍ମର ମହାନ ପ୍ରଚାରକ ସନ୍ଥକବି ଭୀମ ଭୋଇ, ସ୍ୱଭାବ କବି ଗଙ୍ଗାଧର ମେହେର, କବିବର ରାଧାନାଥ ରାୟ, ଭକ୍ତକବି ମଧୁସୂଦନ ରାଓ ଏବଂ ବ୍ୟାସକବି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories