www.samajalive.in
Friday, December 5, 2025
26.1 C
Bhubaneswar

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୧୦ ଅଭିଯୁକ୍ତଙ୍କ ଡିଏନଏ ପରୀକ୍ଷା ପାଇଁ ନିଆଗଲା ନମୁନା

ସମାଜ ଡିଜିଟାଲ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କର ଡିଏନଏ ପରୀକ୍ଷା ହେବ। ଏଥିପାଇଁ ଗୁରୁବାର ସେମାନଙ୍କର ନମୁନା ସଂଗ୍ରହ କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଏହି ମାମଲାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ଗତ ୧୫ ତାରିଖ ଅପରାହ୍ନରେ ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନରତ ଜଣେ ଛାତ୍ରୀ ନିଜ ପୁରୁଷବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଆସିଥିବା ସମୟରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ। ବିଡିଏ ଅଧୀନରେ ରହିଥିବା କାଠ ପୋଲ ବୁଲିବାକୁ ଯାଇଥିବାବେଳେ ପ୍ରାୟ ସନ୍ଧ୍ୟା ୭ଟା ବେଳେ ହିଞ୍ଜିଳିକାଟୁ ସମେତ ଅନ୍ୟାନ୍ୟ ଅଞ୍ଚଳର ୧୦ ଜଣ ଯୁବକ ୩ଟି ମୋଟରସାଇକେଲରେ ଆସି ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ। ପୁରୁଷବନ୍ଧୁ ସେମାନଙ୍କୁ ପ୍ରତିବାଦ କରିବାରୁ ଅଭିଯୁକ୍ତମାନେ ତାଙ୍କୁ ମାଡ଼ ମାରି ବାନ୍ଧିଦେବା ସହିତ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ। ସେହିଦିନ ରାତି ୧୧ଟାରେ ପୀଡ଼ିତା ଯୁବତୀ ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ ‌। ଏହା ପରେ ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories