www.samajalive.in
Monday, December 15, 2025
16.1 C
Bhubaneswar

+୩ ଦ୍ଵିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ବର: ୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ ୩ ବା ସ୍ନାତକରେ ଲକ୍ଷାଧିକ ଆସନ ଖାଲିପଡ଼ିବା ପରେ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ନିମନ୍ତେ ବିଜ୍ଞପ୍ତି ପ୍ରକାଶ କରିଛି ଉଚ୍ଚଶିକ୍ଷା ବିଭାଗ। ସାମ୍ସ ୱେବ୍‌ସାଇଟ୍‌ରେ ୪ ତାରିଖ ମଧ୍ୟାହ୍ନ ୧୨ଟାରୁ କମନ୍‌ ଆପ୍ଲିକେସନ୍ ଫର୍ମ ଉପଲବ୍ଧ ହେବ। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆସନ୍ତା ୪ ତାରିଖରୁ ଆବେଦନ ଆରମ୍ଭ ହୋଇ ୧୩ରେ ସରିବ। ୨୨ ତାରିଖ ମଧ୍ୟାହ୍ନରେ ପ୍ରୋଭିଜିନାଲ ସିଟ୍ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରଛାତ୍ରୀ ୨୩ ତାରିଖ ସକାଳ ୯ଟାରୁ ୨୬ତାରିଖ ସନ୍ଧ୍ୟା ୫ଟା ଭିତରେ (ଛୁଟିଦିନ ବ୍ୟତୀତ) ନାମ ଲେଖାଇବେ। ବଳକା ଥିବା ସିଟ୍‌ରେ ନାମଲେଖା ପାଇଁ ଅକ୍ଟୋବର ୩ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ହୋଇଥିବା ଛାତ୍ରଛାତ୍ରୀ ୬ ତାରିଖ ଦିନ ନାମ ଲେଖାଇବେ। ସୂଚନାଯୋଗ୍ୟ, ରାଜ୍ୟର ମୋଟ ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍ ରହିଛି। ସେଥିମଧ୍ୟରୁ ୧,୫୯,୦୫୫ ଜଣ ନାମ ଲେଖାଇଥିବା ବେଳେ ୧,୧୧,୧୦୮ ସିଟ୍ ଖାଲି ପଡ଼ିଥିବ‌ା ଜଣାପଡ଼ିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories