www.samajalive.in
Monday, December 8, 2025
16.1 C
Bhubaneswar

୧୭ ଯାଏଁ ବଢିଲା +୩ ନାମଲେଖା

ଭୁବନେଶ୍ବର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଯୁକ୍ତ ତିନି କଲେଜ (ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ, ସଂସ୍କୃତ କଲେଜ)ରେ ସ୍ନାତକ (+୩) ନାମଲେଖା ଅବଧିକୁ ପୁନର୍ବାର ବୃଦ୍ଧି କରାଯାଇଛି। ପ୍ରଥମ ପର୍ୟ୍ୟାୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ +୩ ପ୍ରଥମ ବର୍ଷ ପାଇଁ ଆସନ୍ତା ୧୭ ତାରିଖ ପର୍ୟ୍ୟନ୍ତ ନାମ ଲେଖାଇପାରିବେ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ବୃଦ୍ଧି କରାଯାଇଛି। ସୋମବାର ପରିବର୍ତ୍ତିତ ନାମଲେଖା ସମ୍ବନ୍ଧରେ ସବିଶେଷ ବିବରଣୀ ପ୍ରକାଶ ପାଇବ ବୋଲି ଉଚ୍ଚଶିକ୍ଷା ବିଭାଗ ପର୍ଫମାନ୍ସ ଟ୍ରାକିଂ ସେଲ୍ ମୁଖ୍ୟ ମିହିର ଦାଶ ସୂଚନା ଦେଇଛନ୍ତି।

ପୂର୍ବରୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଯୁକ୍ତ ୩ ନାମଲେଖା ଅବଧି ଚଳିତ ମାସ ୬ ତାରିଖ ଯାଏଁ ବୃଦ୍ଧି କରିଥିଲେ। ରାଜ୍ୟରେ ଥିବା ଯୁକ୍ତ ୩ କଳା, ବିଜ୍ଞାନ, ବାଣିଜ୍ୟ ଓ ଶାସ୍ତ୍ରୀ (ସଂସ୍କୃତ) ଶ୍ରେଣୀରେ ନାମଲେଖା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୨୮ରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ତାଲିକା ପ୍ରକାଶ ପରେ ଏଥିପାଇଁ ସେପ୍ଟେମ୍ବର ୨୮ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ନାମଲେଖା ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। ତେବେ ଗତ ବର୍ଷ ଠାରୁ ଯୁକ୍ତ ୩ ଶ୍ରେଣୀରେ ନାମ ଲେଖା ପାଇଁ ଅନଲାଇନ ମାଧ୍ୟମରେ ଆଡ଼ମିସନ ଦେୟ ଦାଖଲ କରିବା ନିୟମ ଥିବା ବେଳେ ଚଳିତ ବର୍ଷ ମଧ୍ୟ ସେହି ବ୍ୟବସ୍ଥା ଲାଗୁ କରାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories