www.samajalive.in
Monday, December 15, 2025
26.1 C
Bhubaneswar

ଭିଆଇପି ରୋଡ଼କୁ ଗୋପବନ୍ଧୁ ମାର୍ଗ କରାଯିବାକୁ ବାଲୁକାଶିଳ୍ପୀ ସୁଦର୍ଶନଙ୍କ ଦାବି

ପୁରୀ : ପୁରୀ ଭିଆଇପି ରୋଡ଼କୁ ଗୋପବନ୍ଧୁ ମାର୍ଗ କରାଯିବାକୁ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଦାବି କରିଛନ୍ତି। ସେ କହିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାଟିରେ ଭିଆଇପି ସଂସ୍କୃତି ରହିବା ଉଚିତ୍ ନୁହେଁ। ତେଣୁ ବ୍ରିଟିଶ ଶାସନ ସମୟରୁ ରହିଥିବା ଭିଆଇପି ରୋଡ଼ ନାମ ପରିବର୍ତ୍ତନ ପାଇଁ ସେ ଦାବି କରିଛନ୍ତି।

୨୦୨୧ ମସିହାରେ ଏଥିପାଇଁ ସେ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ତାହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନଥିବାରୁ ଶ୍ରୀ ପଟ୍ଟନାୟକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଏହି ପ୍ରସ୍ତାବ କାର୍ଯ୍ୟକାରୀ ପାଇଁ ସେ ଦାବି କରିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories