www.samajalive.in
Wednesday, December 10, 2025
26.1 C
Bhubaneswar

ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସଂଜୟ କୁମାର ସିଂ

ଭୁବନେଶ୍ୱର: ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସଂଜୟ କୁମାର ସିଂ ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଅକ୍ଷୟ କୁମାର ପ୍ରଧାନ ଏବଂ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ସଚିବ ସୁଦର୍ଶନ ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ପ୍ରମୁଖ ସଚିବ ଶ୍ରୀ ସିଂଙ୍କୁ ସ୍ୱାଗତ ଜଣାଇଥିଲେ।
ଦାୟିତ୍ୱ ଗ୍ରହଣ ପରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସଂପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ । ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଜନକଲ୍ୟାଣକାରୀ ଯୋଜନା ବାବଦରେ ଅବଗତ ହେବା ପରେ ଅଧିକାରୀ ଓ କର୍ମଚାରୀମାନଙ୍କୁ ଏସବୁର କାର୍ଯ୍ୟାନ୍ୱୟନ ନିମନ୍ତେ ନିଷ୍ଠା ଓ ଦାୟିତ୍ୱର ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ମୁଖ୍ୟ ଯନ୍ତ୍ରୀ ପି.କେ. ସାମଲ, ମୁଖ୍ୟ ଯନ୍ତ୍ରୀ (ଯୋଜନା ଓ ରାସ୍ତା) ସଂଜୀବ ମହାନ୍ତି, ମୁଖ୍ୟ ଯନ୍ତ୍ରୀ (ବି୍ରଜ୍‌ ଏବଂ କୋଠା) ରମେଶ ବେହେରା, ବିତ୍ତ ପରାମର୍ଶଦାତା ସ୍ମିତା ପାଣି, ଅତିରିକ୍ତ ସଚିବ ବବିତା ମହାନ୍ତି, ଉପନିର୍ଦ୍ଦେଶକ ପୁଷ୍ପିତା ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories