www.samajalive.in
Saturday, December 6, 2025
17.1 C
Bhubaneswar

ଜେଲ୍‌ରେ ରହିବାର ୬ମାସ ପରେ ସଞ୍ଜୟ ସିଂହଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆପ୍‌ ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଛି। ଜେଲ୍‌ରେ ରହିବାର ୬ ମାସ ପରେ ତାଙ୍କୁ ଜାମିନ ମିଳିଛି। ସୁପ୍ରିମକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ସଞ୍ଜୟ ସିଂହ ରାଜନୈତିକ କାର୍ଯ୍ୟକଳାପରେ ଅଂଶଗ୍ରହଣ କରିପାରିବେ। ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ମଧ୍ୟ ଜାମିନକୁ ବିରୋଧ କରିନାହିଁ ଏବଂ କହିଛି ଯେ, ତାଙ୍କୁ ଜାମିନ ପ୍ରଦାନ କରାଯାଇପାରିବ। ଫେବୃଆରୀ ୭ରେ ସଞ୍ଜୟଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ, କିନ୍ତୁ ଶୁଣାଣି ଆରମ୍ଭ ହେବା ପରେ ଏହାକୁ ତ୍ୱରାନ୍ୱିତ କରିବାକୁ ନିମ୍ନ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟ, ୨୦୨୩ ମସିହା ଅକ୍ଟୋବର ୪ ତାରିଖରେ ସଞ୍ଜୟ ସିଂହଙ୍କୁ ଇଡି ଗିରଫ କରିଥିଲା।

- Advertisement -

 

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories