www.samajalive.in
Wednesday, December 10, 2025
18.1 C
Bhubaneswar

ବିଜେପିରେ ଯୋଗ ଦେଲେ ସଞ୍ଜୀବ ସାହୁ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ଶୁକ୍ରବାର ବିଜେପିରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ନିଜର ଶତାଧିକ ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି। ନିକଟରେ ସଞ୍ଜୀବ ସାହୁ ବିଜେଡି ଛାଡ଼ିଥିଲେ। ଏହାପରେ ସେ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିଲା। ଶ୍ରୀ ସାହୁ ବୀରମହାରାଜପୁର ଓ ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ଲେଖାଏଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହା ସାଙ୍ଗକୁ ବିଭିନ୍ନ ସମୟରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ବିଜ୍ଞାନ ଓ କାରିଗରୀ କୌଶଳ, ପଞ୍ଚାୟତିରାଜ, ପରିବହନ ଆଦି ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ଗତ ନିର୍ବାଚନରେ ଆଠମଲ୍ଲିକରେ ବିଜେଡ଼ି ତାଙ୍କୁ ଟିକେଟ ଦେଇ ନ ଥିଲା।

 

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories