www.samajalive.in
Sunday, December 7, 2025
14.1 C
Bhubaneswar

ଶଙ୍କର ପରିଡାଙ୍କ ପରଲୋକ

ଭୁବନେଶ୍ଵର: ବରିଷ୍ଠ ବିଜେପି ନେତା ଶଙ୍କର ପରିଡ଼ାଙ୍କର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ରେ ତାଙ୍କର ବିୟୋଗ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେ ଜିଲା ପରିଷଦ ସଭାପତି ଏବଂ ପୁରୀ ସଦର ପଞ୍ଚାୟତ ସମିତି ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ବିଜେପି ରାଜ୍ୟ ପଞ୍ଚାୟତିରାଜ ସେଲର ସେ ଅଧ୍ୟକ୍ଷ ଥିଲେ। ଅର୍ଥାଭାବ ଯୋଗୁଁ ତାଙ୍କ ଚିକିତ୍ସାରେ ବାଧା ଉପୁଜିଥିଲା। ଦଳର କୌଣସି ନେତା କିମ୍ବା ମନ୍ତ୍ରୀ ତାଙ୍କୁ ଚିକିତ୍ସାଧୀନ ଅବସ୍ଥାରେ ସାକ୍ଷାତ କରି ନଥିଲେ କିମ୍ବା ତାଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇନଥିଲା। ଏହି ଖବର ଗତକାଲି ସମାଜରେ ପ୍ରକାଶ ପାଇବା ପରେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories