www.samajalive.in
Saturday, December 6, 2025
26.1 C
Bhubaneswar

ଫୁଲବାଣୀରେ କଂଗ୍ରେସର ସଂକୀର୍ତ୍ତନ ସତ୍ୟାଗ୍ରହ

ଫୁଲବାଣୀ: ଶ୍ରୀମନ୍ଦିରର ବିଭିନ୍ନ ପ୍ରସଙ୍ଗକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ସାରା ରାଜ୍ୟର ଜଗନ୍ନାଥ ମନ୍ଦିର ସମ୍ମୁଖରେ କଂଗ୍ରେସ ଦଳ ତରଫରୁ ପ୍ରଦୀପ ପ୍ରଜ୍ଜ୍ୱଳନ ଏବଂ ସଂକୀର୍ତ୍ତନ ସତ୍ୟାଗ୍ରହ କରାଯାଉଛି। ଏହି ଅବସରରେ ଗୁରୁବାର ଫୁଲବାଣୀ ନଗର ଏବଂ ଫୁଲବାଣୀ ବ୍ଲକ କଂଗ୍ରେସ ତରଫରୁ ମଧ୍ୟ ଫୁଲବାଣୀ ଜଗନ୍ନାଥ ମନ୍ଦିର ସମ୍ମୁଖରେ ୩ ଘଣ୍ଟିଆ ସଂକୀର୍ତ୍ତନ ସତ୍ୟାଗ୍ରହ କରାଯାଇଛି। ସକାଳ ୯ଟାରୁ ୧୨ଟା ପର୍ଯ୍ୟନ୍ତ କଂଗ୍ରେସ କର୍ମୀ ସତ୍ୟାଗ୍ରହରେ ବସିଥିବା ବେଳେ ଦାବି ଗୁଡ଼ିକ ମଧ୍ୟରେ ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲାଯିବା, ରତ୍ନ ଭଣ୍ଡାର ଖୋଲାଯାଇ ମହାପ୍ରଭୁଙ୍କ ଅଳଙ୍କାରର ଗଣତି, ମଣତି ଓ ଭଣ୍ଡାର ଘର ମରାମତି, ବେଦାନ୍ତ କମ୍ପାନୀ ଦ୍ୱାରା ଅଧିଗ୍ରହଣ କରାଯାଇଥିବା ଜଗନ୍ନାଥଙ୍କ ଅମୃତମଣୋହି ଜମି ଓ ଚାଷୀଙ୍କ ଚାଷ ଜମିକୁ ତୁରନ୍ତ ଫେରସ୍ତ ଅନ୍ତର୍ଭୁକ୍ତ। ଯଦି ଏଗୁଡ଼ିକର ସମାଧାନ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ତୁରନ୍ତ ନ କରନ୍ତି ତାହେଲେ ଆଗାମୀ ଦିନରେ ରାଜ୍ୟ କଂଗ୍ରେସ ତରଫରୁ ରାଜ୍ୟ ସାରା ଜୋରଦାର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏହି ସଂକୀର୍ତ୍ତନ ସତ୍ୟାଗ୍ରହରେ ପୂର୍ବତନ ଫୁଲବାଣୀ ବିଧାୟକ ଅଭିମନ୍ୟୁ ବେହେରା, ଜିଲ୍ଲା କଂଗ୍ରେସ ମୁଖ୍ୟ ମୁଖପାତ୍ର ଘନ କୁମାର ଶବର, ଫୁଲବାଣୀ ନଗର କଂଗ୍ରେସ ସଭାପତି ଶିବ ଶଙ୍କର ବେହେରା, ବରିଷ୍ଠ କଂଗ୍ରେସ ନେତା ହେମନ୍ତ କର, ସଂସାର ଭୋଇ, ରଜତ କୁମାର ମହାନ୍ତି, ଗୌର ଚରଣ ବେହେରା, ଫୁଲବାଣୀ ବ୍ଲକ କଂଗ୍ରେସ ସଭାପତି ପ୍ରତିଭା କହଁର, ଜିଲ୍ଲା ଯୁବ କଂଗ୍ରେସ ଉପସଭାପତି ଅନୁପମ କହଁରଙ୍କ ସମେତ ବହୁ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories