www.samajalive.in
Monday, December 15, 2025
15.1 C
Bhubaneswar

‘ଶିକ୍ଷା ହିଁ ବିକାଶର ଚାବିକାଠି’

ସାରନଗରୀ: ଲାଠିକଟା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅସୁରଛାପଲର ୪୮ତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲ। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେନ୍ଦ୍ର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବକୁ ମୁଖ୍ୟଅତିଥି ଭାବେ ଲାଠିକଟା ମଙ୍ଗଳ ସଂପ୍ରସାରଣ ଅଧିକାରୀ ପ୍ରମୋଦ କୁମାର ନାୟକ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଶୁଭ ଉଦ୍‌ଘାଟନ କରିଥିଲେ।

ଛାତ୍ରଛାତ୍ରୀ ମନ ଦେଇ ପାଠପଢା ସହିତ ଭଲ ମଣିଷ ଭାବେ ନିଜକୁ ପ୍ରତିଷ୍ଠିତ କରିବା ପାଇଁ ଶ୍ରୀ ନାୟକ ଆହ୍ୱାନ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ସୁଇଡ଼ିହି ସରପଂଚ ଅରୁଣା ଇରାନୀ କିସାନ,ପୂର୍ବତନ ପ୍ରଧାନଶିକ୍ଷକ ଜନାର୍ଦ୍ଦନ ବେହୁରା,ହାତୀବନ୍ଧା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଲିଙ୍ଗରାଜ କିସାନ, ବରିଷ୍ଠ ଶିକ୍ଷକ ବିଜୟ କୁମାର ମିଶ୍ର,ପୂର୍ବତନ ଜିଲା ପରିଷଦ ସଭ୍ୟ ପର୍ଶୁରାମ ସିଂହ,ପୂର୍ବତନ ସରପଂଚ ବିନୋଦ କେର୍କେଟା, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ନିକୁଦିନ ଭୂମିଜ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ବିଦ୍ୟା ଷ୍ଟଡ଼ି ପଏଂଟର ନିର୍ଦ୍ଦେଶକ ସରୋଜ ବେହେରା ଯୋଗ ଦେଇ ଶିକ୍ଷା, ସାମାଜିକ ତଥା ଜାତୀୟ ଏକତା ସୃଷ୍ଟି କରିବାର ଏକ ଶକ୍ତିଶାଳୀ ମାଧ୍ୟମ।

- Advertisement -

ଏଣୁ ଉତମ ଶୈକ୍ଷିକ ପରିବେଶ ସହ ଛାତ୍ରଛାତ୍ରୀମାନେ ଉଚ୍ଚାକାଂକ୍ଷା ମନୋଭାବ ରଖି କଠିନ ଅଧ୍ୟବସାୟ ବଳରେ ନିଜର ଲକ୍ଷ୍ୟ ହାସଲ ଦିଗରେ ବ୍ରତୀ ହେବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ଶିକ୍ଷାନୁଷ୍ଠାନମାନଙ୍କରେ ଗୁଣାତ୍ମକ ଶିକ୍ଷା ତଥା ବିକାଶ ନିମନ୍ତେ ସାମୂହିକ ଉଦ୍ୟମର ଆବଶ୍ୟକତା ରହିଛି ବୋଲି କହିଥିଲେ। ବାର୍ଷିକ ବିବରଣୀ ପ୍ରଧାନଶିକ୍ଷକ ସୁରେନ୍ଦ୍ର ଦାସ ପାଠ କରି ବିଦ୍ୟାଳୟର ସଫଳତା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଶିକ୍ଷକ ଅନୀଲ କୁମାର ମଲ୍ଲିକ ମଂଚ ପରିଚାଳନା କରିଥିଲେ। ଏହା ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମଂଚାସୀନ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ।

ଶିକ୍ଷକ ଅହିବର ସିଂହ,ଅନିତା ମୁଣ୍ଡାରୀ,ସ୍ୱର୍ଣ୍ଣଲତା ସିଂହଙ୍କ ତତ୍ୱାବଧାନରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲ। କାର୍ଯ୍ୟକ୍ରମ ଶେଷରେ ଶିକ୍ଷୟିତ୍ରୀ ପ୍ରତିଭା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷକ ସୁଶାନ୍ତ କୁମାର ମହାନ୍ତି,ଅକ୍ଷୟ କୁମାର ସାହୁ,ମମତା ରାଉତ ପ୍ରମୁଖ ସହଯୋଗ କରିଥିବା ବେଳେ ଅନ୍ୟାନ ଶିକ୍ଷକ,ଶିକ୍ଷୟିତ୍ରୀ ସମେତ ଅଭିଭାବକ ପୁରାତନ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories